ବିଦାୟୀ ମ୍ୟାଚରେ ୧୦୦ ତମ ୱିକେଟ୍ ନେଇ ମ୍ୟାନ ଅଫ ଦି ମ୍ୟାଚ ଜିତିଲେ ଡେଭିଡ ୱିଲି

କୋଲକାତା, ୧୧ା୧୧: ଅନ୍ତର୍ଜାତୀୟ କ୍ରିକେଟ୍ ରେ ଅନ୍ତିମ ଦିନରେ ଇଂଲଣ୍ଡର ବାମହାତୀ ଦ୍ରୁତ ବୋଲର ଡେଭିଡ ୱିଲି ୧୦୦ ଟି ୱିକେଟ୍ ସହ ନିଜର ଦିନିକିଆ କ୍ୟାରିୟର ଶେଷ କରିଛନ୍ତି। ୩୩ ବର୍ଷୀୟ ୱିଲି ନିଜର ୧୦୦ ତମ ଦିନିକିଆରେ କୋଲକାତାର ଇଡେନ୍ ଗାର୍ଡେନ୍ସରେ ପାକିସ୍ତାନ ବିପକ୍ଷରେ ୨୦୨୩ ବିଶ୍ୱକପ୍ ମୁକାବିଲାରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ ଦେଇଥିଲେ। ସେ ଏହି ଇନିଂସର ୩୭ ତମ ଓଭରରେ ଆଘା ସଲମାନଙ୍କୁ ଆଉଟ କରି ଏହି ସଫଳତା ପାଥିଲେ।

ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ ପୂର୍ବରୁ ୱିଲି ଘୋଷଣା କରିଥିଲେ ଯେ ସେ ୨୦୨୩ ବିଶ୍ୱକପ ପରେ ସମସ୍ତ ପ୍ରକାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବେ। ବାମହାତୀ ବୋଲର ଇଂଲଣ୍ଡର ଅନ୍ତିମ ଲିଗ୍ ମ୍ୟାଚ୍ ପୂର୍ବରୁ ୧୦୦ ମାର୍କରେ ପହଞ୍ଚିବା ପାଇଁ ତିନିଟି ୱିକେଟ୍ ପଛରେ ଥିଲେ।

ତେବେ ଏହି ମ୍ୟାଚରେ ଇଂଲଣ୍ଡ ପାକିସ୍ତାନକୁ ୯୩ ରନରେ ପରାଜିତ କରିଛି। ଇଂଲଣ୍ଡ ଅଧିନାୟକ ଜୋସ ବଟଲର ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ବାବର ଆଜମଙ୍କ ନେତୃତ୍ୱରେ ଟିମ୍‌ ପାକିସ୍ତାନ ବୋଲିଂ ଆରମ୍ଭ କରିଥିଲା। ଇଂଲଣ୍ଡ ୫୦ ଓଭରରେ ୯ ଓ୍ବିକେଟ ହରାଇ ୩୩୭ ରନ କରିଥିଲା। ଫଳରେ ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୩୩୮ରନ ରହିଥିଲା। ପାକିସ୍ତାନ ୪୩.୩ ଓଭରରେ ୧୦ ଓ୍ବିକେଟ ହରାଇ ୨୪୪ ରନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri