ବିଦାୟୀ ମ୍ୟାଚରେ ୧୦୦ ତମ ୱିକେଟ୍ ନେଇ ମ୍ୟାନ ଅଫ ଦି ମ୍ୟାଚ ଜିତିଲେ ଡେଭିଡ ୱିଲି

କୋଲକାତା, ୧୧ା୧୧: ଅନ୍ତର୍ଜାତୀୟ କ୍ରିକେଟ୍ ରେ ଅନ୍ତିମ ଦିନରେ ଇଂଲଣ୍ଡର ବାମହାତୀ ଦ୍ରୁତ ବୋଲର ଡେଭିଡ ୱିଲି ୧୦୦ ଟି ୱିକେଟ୍ ସହ ନିଜର ଦିନିକିଆ କ୍ୟାରିୟର ଶେଷ କରିଛନ୍ତି। ୩୩ ବର୍ଷୀୟ ୱିଲି ନିଜର ୧୦୦ ତମ ଦିନିକିଆରେ କୋଲକାତାର ଇଡେନ୍ ଗାର୍ଡେନ୍ସରେ ପାକିସ୍ତାନ ବିପକ୍ଷରେ ୨୦୨୩ ବିଶ୍ୱକପ୍ ମୁକାବିଲାରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ ଦେଇଥିଲେ। ସେ ଏହି ଇନିଂସର ୩୭ ତମ ଓଭରରେ ଆଘା ସଲମାନଙ୍କୁ ଆଉଟ କରି ଏହି ସଫଳତା ପାଥିଲେ।

ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ ପୂର୍ବରୁ ୱିଲି ଘୋଷଣା କରିଥିଲେ ଯେ ସେ ୨୦୨୩ ବିଶ୍ୱକପ ପରେ ସମସ୍ତ ପ୍ରକାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବେ। ବାମହାତୀ ବୋଲର ଇଂଲଣ୍ଡର ଅନ୍ତିମ ଲିଗ୍ ମ୍ୟାଚ୍ ପୂର୍ବରୁ ୧୦୦ ମାର୍କରେ ପହଞ୍ଚିବା ପାଇଁ ତିନିଟି ୱିକେଟ୍ ପଛରେ ଥିଲେ।

ତେବେ ଏହି ମ୍ୟାଚରେ ଇଂଲଣ୍ଡ ପାକିସ୍ତାନକୁ ୯୩ ରନରେ ପରାଜିତ କରିଛି। ଇଂଲଣ୍ଡ ଅଧିନାୟକ ଜୋସ ବଟଲର ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ବାବର ଆଜମଙ୍କ ନେତୃତ୍ୱରେ ଟିମ୍‌ ପାକିସ୍ତାନ ବୋଲିଂ ଆରମ୍ଭ କରିଥିଲା। ଇଂଲଣ୍ଡ ୫୦ ଓଭରରେ ୯ ଓ୍ବିକେଟ ହରାଇ ୩୩୭ ରନ କରିଥିଲା। ଫଳରେ ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୩୩୮ରନ ରହିଥିଲା। ପାକିସ୍ତାନ ୪୩.୩ ଓଭରରେ ୧୦ ଓ୍ବିକେଟ ହରାଇ ୨୪୪ ରନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?