Posted inଜାତୀୟ

କଶ୍ମୀରକୁ ନେଇ ଏମିତି କହିଲେ ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦଙ୍କ ଗର୍ଲଫ୍ରେଣ୍ଡ୍‌

ଅଣ୍ଡରୱାଲର୍‌ଡ ଡନ ଦାଉଦ୍‌ ଇବ୍ରାହିମ ନିଜ ନୂଆ ଗର୍ଲଫ୍ରେଣ୍ଡଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ହେଉଛନ୍ତି ମହଭୀଶ ହାୟାତ୍‌, ଯିଏ କି ଜଣେ ପାକିସ୍ତାନୀ ଅଭିନେତ୍ରୀ। କିଛି ଲୋକ ତାଙ୍କୁ ଗ୍ୟାଙ୍ଗଷ୍ଟର ଗୁଡିଆ ନାମରେ ମଧ୍ୟ ଜାଣିଛନ୍ତି। ଏବେ ମହଭୀଶ ମଧ୍ୟ ପାକିସ୍ତାନର ସମସ୍ତ ନେତା ଏବଂ ଅଭିନେତାଙ୍କ ଭଳି କଶ୍ମୀର ଉପରେ ରାଗ ସୁଝାଇଛନ୍ତି। ଦାଉଦଙ୍କ ସହ ଜଡିତ ଥିବା ନେଇ ଭାରତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେବାରୁ ମହଭୀଶ ହାୟାତ୍‌ ରାଗରେ ଭାରତ ଉପରେ ବର୍ଷିଛନ୍ତି। ବଲିଉଡ ଜଗତକୁ ସେ ପାଖଣ୍ଡି(କପଟୀ) ବୋଲି ହୟାତ୍‌ ଟୁଇଟ କରିଛନ୍ତି। ସେ ନିଜ ଟୁଇଟରରେ ଲେଖିଛନ୍ତି ଯେ, ମୁଁ କଶ୍ମୀରରେ ଭାରତର ଅତ୍ୟାଚାରକୁ ଆଲୋକିତ କରିବି। ଦ୍ୱିତୀୟ ଟୁଇଟ୍‌ରେ ହାୟାତ୍‌ ଭାରତୀୟ ଗଣମାଧ୍ୟମ ଉପରେ ନିଜର ରାଗ ସୁଝାଇ ଲେଖିଛନ୍ତି ଯେ ମୁଁ ବିବୃତ୍ତି ଜାରି କରି କିଛି ଭାରତୀୟ ଗଣମାଧ୍ୟମରେ ମୋ ସମ୍ପର୍କରେ ଲଗାଯାଇଥିବା ଭିତ୍ତିହୀନ ଅଭିଯୋଗକୁ ଶ୍ରେୟ ଦେବି ନାହିଁ। ମୁଁ ଜାଣେ ସେମାନଙ୍କର ଏଜେଣ୍ଡା କ’ଣ ଏବଂ ସେମାନେ ଏହା କାହିଁକି କରୁଛନ୍ତି। ମୁଁ ତାଙ୍କୁ କେବଳ କହିବି ଯେ ଏହି ପ୍ରକାରର ସାମ୍ବାଦିକତା ମୋ ସ୍ବରକୁ ବନ୍ଦ କରିବ ନାହିଁ। ସୂଚନାଯୋଗ୍ୟ, ମହଭୀଶ ହାୟତ୍‌ ପାକିସ୍ତାନର ଜଣେ ଲୋକପ୍ରିୟ ଅଭିନେତ୍ରୀ। ତାଙ୍କ ନାମ ଦାଉଦ ଇବ୍ରାହିମଙ୍କ ସହ ଯୋଡା ଯାଉଛି। ପାକିସ୍ତାନର ବଡ ନିର୍ମାତା-ନିର୍ଦ୍ଦେଶକଙ୍କ ସହ ଦାଉଦଙ୍କ ଭଲ ସମ୍ପର୍କ ରହିଛି। ସେ ଫିଲ୍ମ ପାଇଁ ମଧ୍ୟ ଫଣ୍‌ ଦିଅନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri