Posted inଜାତୀୟ

କଶ୍ମୀରକୁ ନେଇ ଏମିତି କହିଲେ ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦଙ୍କ ଗର୍ଲଫ୍ରେଣ୍ଡ୍‌

ଅଣ୍ଡରୱାଲର୍‌ଡ ଡନ ଦାଉଦ୍‌ ଇବ୍ରାହିମ ନିଜ ନୂଆ ଗର୍ଲଫ୍ରେଣ୍ଡଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ହେଉଛନ୍ତି ମହଭୀଶ ହାୟାତ୍‌, ଯିଏ କି ଜଣେ ପାକିସ୍ତାନୀ ଅଭିନେତ୍ରୀ। କିଛି ଲୋକ ତାଙ୍କୁ ଗ୍ୟାଙ୍ଗଷ୍ଟର ଗୁଡିଆ ନାମରେ ମଧ୍ୟ ଜାଣିଛନ୍ତି। ଏବେ ମହଭୀଶ ମଧ୍ୟ ପାକିସ୍ତାନର ସମସ୍ତ ନେତା ଏବଂ ଅଭିନେତାଙ୍କ ଭଳି କଶ୍ମୀର ଉପରେ ରାଗ ସୁଝାଇଛନ୍ତି। ଦାଉଦଙ୍କ ସହ ଜଡିତ ଥିବା ନେଇ ଭାରତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେବାରୁ ମହଭୀଶ ହାୟାତ୍‌ ରାଗରେ ଭାରତ ଉପରେ ବର୍ଷିଛନ୍ତି। ବଲିଉଡ ଜଗତକୁ ସେ ପାଖଣ୍ଡି(କପଟୀ) ବୋଲି ହୟାତ୍‌ ଟୁଇଟ କରିଛନ୍ତି। ସେ ନିଜ ଟୁଇଟରରେ ଲେଖିଛନ୍ତି ଯେ, ମୁଁ କଶ୍ମୀରରେ ଭାରତର ଅତ୍ୟାଚାରକୁ ଆଲୋକିତ କରିବି। ଦ୍ୱିତୀୟ ଟୁଇଟ୍‌ରେ ହାୟାତ୍‌ ଭାରତୀୟ ଗଣମାଧ୍ୟମ ଉପରେ ନିଜର ରାଗ ସୁଝାଇ ଲେଖିଛନ୍ତି ଯେ ମୁଁ ବିବୃତ୍ତି ଜାରି କରି କିଛି ଭାରତୀୟ ଗଣମାଧ୍ୟମରେ ମୋ ସମ୍ପର୍କରେ ଲଗାଯାଇଥିବା ଭିତ୍ତିହୀନ ଅଭିଯୋଗକୁ ଶ୍ରେୟ ଦେବି ନାହିଁ। ମୁଁ ଜାଣେ ସେମାନଙ୍କର ଏଜେଣ୍ଡା କ’ଣ ଏବଂ ସେମାନେ ଏହା କାହିଁକି କରୁଛନ୍ତି। ମୁଁ ତାଙ୍କୁ କେବଳ କହିବି ଯେ ଏହି ପ୍ରକାରର ସାମ୍ବାଦିକତା ମୋ ସ୍ବରକୁ ବନ୍ଦ କରିବ ନାହିଁ। ସୂଚନାଯୋଗ୍ୟ, ମହଭୀଶ ହାୟତ୍‌ ପାକିସ୍ତାନର ଜଣେ ଲୋକପ୍ରିୟ ଅଭିନେତ୍ରୀ। ତାଙ୍କ ନାମ ଦାଉଦ ଇବ୍ରାହିମଙ୍କ ସହ ଯୋଡା ଯାଉଛି। ପାକିସ୍ତାନର ବଡ ନିର୍ମାତା-ନିର୍ଦ୍ଦେଶକଙ୍କ ସହ ଦାଉଦଙ୍କ ଭଲ ସମ୍ପର୍କ ରହିଛି। ସେ ଫିଲ୍ମ ପାଇଁ ମଧ୍ୟ ଫଣ୍‌ ଦିଅନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ

ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ପାକିସ୍ତାନକୁ ହରାଇ ଫାଇନାଲରେ ପହଞ୍ଚିଲା ଭାରତ

କାକାମିଗାହାରା,୫ା୬: ଭାରତ ୧୮ ବର୍ଷରୁ କମ୍‌ ଏସିଆକପ୍‌ ହକିର ଏକ ହାଇ ଭୋଲ୍‌ଟେଜ୍‌ ସେମିଫାଇନାଲରେ ୫-୩ ଗୋଲ୍‌ରେ ପାକିସ୍ତାନକୁ ହରାଇ ଦେଇଛି। ଏଥିରେ ଆଶିଷ ପୂର୍ତ୍ତି ବ୍ୟକ୍ତିଗତ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri