Posted inଜାତୀୟ

ଦାଉଦ୍‌ଙ୍କ ଟାର୍ଗେଟରେ ଭାରତୀୟ ନେତା

ନୂଆଦିଲ୍ଲୀ/ମୁମ୍ବାଇ,୨୦।୨: ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଟାର୍ଗେଟରେ ଭାରତ ରହିଛି। ଭାରତୀୟ ରାଜନେତା ଓ ବିଶିଷ୍ଟ ବ୍ୟବସାୟୀମାନଙ୍କୁ ବିସ୍ଫୋରଣରେ ହତ୍ୟା କରିବା ଲାଗି ଦାଉଦ୍‌ ଏକ ସ୍ବତନ୍ତ୍ର ୟୁନିଟ୍‌ ଗଠନ କରିଛନ୍ତି। ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ପକ୍ଷରୁ ପଞ୍ଜୀକୃତ ଏକ ଏଫ୍‌ଆଇଆର୍‌ରୁ ଏହି ଚାଞ୍ଚଲ୍ୟକର ତଥ୍ୟ ପ୍ରଘଟ ହୋଇଛି।
ଏନ୍‌ଆଇଏ ତଦନ୍ତରୁ ଜାଣିବାକୁ ପାଇଛି ଯେ, ମୋଷ୍ଟ ଓ୍ବାଣ୍ଟେଡ୍‌ ପଳାତକ ଦାଉଦ୍‌ ଇବ୍ରାହିମ୍‌ ଦେଶର ବିଶିଷ୍ଟ ନେତା ଓ ବ୍ୟବସାୟୀଙ୍କୁ ଟାର୍ଗେଟ କରିବା ଲାଗି ଏକ ସ୍ପେଶାଲ ୟୁନିଟ୍‌ ଗଢ଼ିଛନ୍ତି। ଦେଶର ବିଭିନ୍ନ ଭାଗରେ ବିସ୍ଫୋରଣ ଘଟାଇ ହିଂସା ଉସୁକାଇବା ଏବଂ ନେତା ଓ ବ୍ୟବସାୟୀଙ୍କୁ ହତ୍ୟା କରାଇବା ହେଉଛି ଏହି ୟୁନିଟ୍‌ର ଲକ୍ଷ୍ୟ। ଏଥିସହ ଜାତୀୟ ରାଜଧାନୀ ଦିଲ୍ଲୀ ଓ ଆର୍ଥିକ ରାଜଧାନୀ ମୁମ୍ବାଇରେ ରହୁଥିବା ବରିଷ୍ଠ ନେତାମାନଙ୍କ ଉପରେ ଦାଉଦ୍‌ଙ୍କ ଫୋକସ୍‌ ରହିଥିବା ଏନ୍‌ଆଇଏ କହିଛି। ଏପରି କି ଡି କମ୍ପାନୀର ହିଟ୍‌ ଲିଷ୍ଟ ମଧ୍ୟ ତଦନ୍ତକାରୀ ସଂସ୍ଥା ହାତରେ ଲାଗିଛି। ଦାଉଦ୍‌ ଓ ତାଙ୍କ ସହଯୋଗୀମାନଙ୍କ ବିରୋଧରେ ଏକ ମନି ଲଣ୍ଡରିଂ ମାମଲା ରୁଜୁ ହୋଇଛି। ଏହି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଦାଉଦ୍‌ଙ୍କ ଭାଇ ଇକ୍‌ବାଲ କାସ୍କରଙ୍କୁ ଠାଣେ ଜେଲରୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରିମାଣ୍ଡରେ ନେଇଛି। ମଙ୍ଗଳବାର ଇଡି ଦାଉଦ୍‌ଙ୍କ ସମ୍ପର୍କିତ କେତେକ ସ୍ଥାନରେ ଚଢ଼ାଉ କରିଥିଲା। ଦାଉଦ୍‌ଙ୍କ ଭଉଣୀ ହସିନା ପାର୍କରଙ୍କ ପୁଅ ଏବଂ ଗ୍ୟାଙ୍ଗ୍‌ଷ୍ଟର ଛୋଟା ସକିଲଙ୍କ ଭିଣୋଇ ସଲିମ କୁରେଶୀ ଓରଫ୍‌ ସଲିମ ଫ୍ରୁଟ୍‌ଙ୍କ ଘର ସମେତ ୧୦ ସ୍ଥାନରେ ଖାନତଲାସ କରାଯାଇଥିଲା। ଏହି ମାମଲାରେ ସଲିମ ଫ୍ରୁଟ୍‌ଙ୍କୁ ଇଡି କାର୍ଯ୍ୟାଳୟରେ ଅଟକ ରଖି ଦୀର୍ଘ ସମୟ ଧରି ଜେରା କରାଯାଇଥିଲା। ଦାଉଦ୍‌ଙ୍କ ସ୍ପେଶାଲ ୟୁନିଟ୍‌କୁ ସଲିମ ଫ୍ରୁଟ୍‌ ପରିଚାଳନା କରୁଥିବା ଇଡି ସନ୍ଦେହ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri