Posted inଖେଳ

ଦ୍ୱିତୀୟ ଟେଷ୍ଟ: ଲଞ୍ଚ୍‌ ସୁଦ୍ଧା ଭାରତ ୧୪୪/୭

ନୂଆଦିଲ୍ଲୀ,୧୭।୨: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଅନୁଷ୍ଠିତ ୪ ମ୍ୟାଚ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫି ନୂଆଦିଲ୍ଲୀର ଅରୁଣ ଜେଟ୍‌ଲୀ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଉଛି। ଶନିବାର ଦ୍ୱିତୀୟ ଦିନ ଲଞ୍ଚ୍‌ ସୁଦ୍ଧା ଭାରତ ୭ ଉଇକେଟ ହରାଇ ୧୪୪ ରନ୍‌ କରିଛି। ଫଳରେ ଭାରତ ଅଷ୍ଟ୍ରେଲିଆଠାରୁ ୧୯୯ ରନ୍‌ ପଛରେ ରହିଛି।
ଭାରତ ଓପନର ଅଧିନାୟକ ରୋହିତ ଶର୍ମା ଏବଂ କେଏଲ୍‌ ରାହୁଲ ବ୍ୟାଟିଂ କରିବାକୁ ଆସିଥିଲେ। ପ୍ରଥମ ଦିନ ଖେଳ ସୁଦ୍ଧା ଭାରତ ବିନା କୌଣସି ଉଇକେଟ ହରାଇ ୨୧ ରନ୍‌ କରିଥିଲା। କ୍ରିଜ୍‌ରେ ଥିବା ରୋହିତ ଏବଂ ରାହୁଲ ଦ୍ୱିତୀୟ ଦିନ ଖେଳ ଆରମ୍ଭ କରିଥିଲେ। ପ୍ରାରମ୍ଭିକ ଭଲ ଷ୍ଟାର୍ଟ ଦେଇଥିବା ବେଳେ ରୋହିତ ୩୨ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ସେହିପରି ରାହୁଲ ୧୭ ରନ୍‌ କରି ଆଉଟ ହୋଇଥିଲେ। ୧୦୦ତମ ଟେଷ୍ଟ ଖେଳୁଥିବା ଚେତେଶ୍ୱର ପୂଜାରା ଖାତା ଖୋଲି ନ ପାରି ପାଭିଲିୟନକୁ ଫେରିଥିଲେ। ବିରାଟ କୋହଲି ମଧ୍ୟ ୪୪ ରନ୍‌ କରି ଆଉଟ୍‌ ହୋଇଥିବା ବେଳେ ରବୀନ୍ଦ୍ର ଜାଡେଜା ୨୬ ରନ୍‌ କରିଥିଲେ। ଶ୍ରୀକର ଭାରତ ୬ ରନ୍‌ କରିବାରେ ସକ୍ଷମ ହୋଇଥିଲେ। ବର୍ତ୍ତମାନ ଅକ୍ସର ପଟେଲ ଏବଂ ରବିଚନ୍ଦ୍ରନ୍‌ ଅଶ୍ୱିନ କ୍ରିଜ୍‌ରେ ରହିଛନ୍ତି।
ଟସ୍‌ ଜିତି ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୨୬୩ ରନ୍‌ କରି ଅଲ୍‌ଆଉଟ ହୋଇଯାଇଥିଲା। ଦଳର ଉସ୍‌ମାନ ଖ୍ବାଜା ୮୧ ରନ୍‌ କରିଥିବା ବେଳେ ପିଟର ହ୍ୟାଣ୍ଡସ୍କମ୍ବ ୭୨ ରନ୍‌ କରି ଅପରାଜିତ ରହିଥିଲେ। ଫଳରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୨୬୩ ରନ୍‌ ସ୍କୋର କରିବାରେ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପକ୍ଷରୁ ମିଶ୍ରଣ ପର୍ବ: ୭୦୦ରୁ ଅଧିକ ଜଣ ସାମିଲ

ହାଟଡିହୀ/ଛେନାପଦୀ, ୨୨।୫ (ଶୁଭକାନ୍ତ ନାୟକ / ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ଭାଜପା ପକ୍ଷରୁ ବିଧାନସଭା ନେତା ଆଲୋକ ସେଠୀଙ୍କ ନେତୃତ୍ୱରେ…

ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଅଂଶୁଘାତ ସନ୍ଦେହ, : ବନ୍ୟ ପ୍ରାଣୀ ଖାଉଥିବା ଦେଖି…

ଆନନ୍ଦପୁର/ହାଟଡିହୀ, ୨୨।୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରେ ଗତ ଗୁରୁବାରଠାରୁ ନିଖୋଜ ଥିବା ଗଙ୍ଗାଧର…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଉଦ୍‌ଘାଟିତ ୬୯୨ ପେନ୍‌ସନ, ଭବିଷ୍ୟନିଧି ଅଭିଯୋଗର ଶୁଣାଣି

କୋରାପୁଟ,୨୨ା୫(ଅମିତାଭ ବେହେରା)-କୋରାପୁଟ ସଦ୍‌ଭାବନା ଗୃହରେ ୨ଦିନିଆ ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନ୍‌ସନ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ବକେୟା…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri