Posted inଖେଳ

ଓ୍ବାର୍ମଅପ୍‌ ମ୍ୟାଚ: ଭାରତ ୮୨ ରନ୍‌ରେ ଅଗ୍ରଣୀ

ଲିସେଷ୍ଟର,୨୫।୫: ସ୍ଥାନୀୟ ଗ୍ରେସ୍‌ ରୋଡଠାରେ ଭାରତ ଓ ଲିସେଷ୍ଟର ମଧ୍ୟରେ ଗୁରୁବାରଠାରୁ ୪ ଦିନିଆ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଭାରତ ଅଗ୍ରଣୀ ହାସଲ କରିଛି। ଭାରତ ଏହାର ପ୍ରଥମ ଇନିଂସକୁ ୨୪୬/୮ରେ ଘୋଷଣା କରିଥିଲା। ଦଳ ପକ୍ଷରୁ ଶ୍ରୀକର ଭରତ ସର୍ବାଧିକ ୭୦ ରନ୍‌କରି ଅପରାଜିତ ରହିଥିଲେ। ଲିସେଷ୍ଟରର ରୋମାନ ଓ୍ବାକର ୫ ଉଇକେଟ ସଫଳତା ପାଇଥିଲେ। ଜବାବରେ ଲିସେଷ୍ଟର ୨୪୪ ରନ୍‌ କରି ସମସ୍ତ ଉଇକେଟ ହରାଇଥିଲା। ଏହି ଦଳ ପକ୍ଷରୁ ଖେଳୁଥିବା ଭାରତର ରିଷଭ ପନ୍ତ ସର୍ବାଧିକ ୭୬ ରନ କରିଥିଲେ। ଭାରତୀୟ ବୋଲରଙ୍କ ମଧ୍ୟରେ ମହମ୍ମଦ ଶାମି ଓ ରବୀନ୍ଦ୍ର ଜାଡେଜା ୩ଟି ଲେଖାଏ ଏବଂ ଶାର୍ଦ୍ଦୁଳ ଠାକୁର ଓ ମହମ୍ମଦ ସିରାଜ ୨ଟି ଲେଖାଏ ଉଇକେଟ ନେଇଥିଲେ। ଶୁକ୍ରବାର ଦ୍ୱିତୀୟ ଦିବସ ଶେଷ ବେଳକୁ ଭାରତ ୧ ଉଇକେଟ ହରାଇ ୮୦ ରନ ସଂଗ୍ରହ କରିଛି। ଫଳରେ ଭାରତ ମୋଟ ୮୨ ରନ୍‌ରେ ଅଗ୍ରଣୀଲାଭ କରିଛି। ଶୁବମନ ଗିଲ୍‌ ୩୮ ରନ୍‌କରି ଆଉଟ ହୋଇଥିବା ବେଳେ ଭରତ ୩୧ ରନରେ ଅପରାଜିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଦେଶର ରାଜଧାନୀ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଓ policeର କାର୍ଯ୍ୟାନୁଷ୍ଠାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଦେଶର ସୁପ୍ରିମକୋର୍ଟରେ ପହଞ୍ଚିଛି । ବଡ଼ କଥା…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri