Posted inଖେଳ

ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ଟେଷ୍ଟ: ଦ୍ୱିତୀୟ ଦିନ ଖେଳ ସୁଦ୍ଧା ଭାରତ ୩୬/୦

ଅହମଦାବାଦ,୧୦।୩: ଅହମଦାବାଦ ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ଟେଷ୍ଟରେ ଦ୍ୱିତୀୟ ଦିନ ଖେଳ ସୁଦ୍ଧା ଭାରତ ବିନା କୌଣସି ଉଇକେଟ ହରାଇ ୩୬ ରନ୍‌ କରିଛି। ଫଳରେ ଭାରତ ପ୍ରଥମ ଇନିଂସଠାରୁ ୪୪୪ ରନ୍‌ର ପଛରେ ରହିଛି।

ଅଷ୍ଟ୍ରେଲିଆ ଟସ୍‌ ଜିତ ପ୍ରଥମ ଇନିଂସରେ ୪୮୦ ରନ୍‌ କରି ଅଲ୍‌ଆଉଟ ହୋଇଥିଲା। ଦଳର ଦୁଇ ଓପନର ଟ୍ରାଭିସ ହେଡ ଓ ଉସ୍‌ମାନ ଖ୍ବାଜା ଦଳକୁ ଭଲ ଷ୍ଟାର୍ଟ ଦେଇଥିଲେ । ହେଡ ୩୨ ରନ୍‌ କରି ଆଉଟ ହେବା ପରେ ମାର୍ନସ ଲାବୁସଚେନ ମଧ୍ୟ ୩ ରନ୍‌ରେ ଆଉଟ ହୋଇଥିଲେ। ଅଧିନାୟକ ଷ୍ଟିଭେନ ସ୍ମିଥ ୩୮ ରନ୍‌ କରି ଜାଦେଜାଙ୍କ ବଲ୍‌ରେ ଆଉଟ ହୋଇଥିଲେ। ତେବେ ଓପନର ଉସମାନ ଖ୍ବାଜା କ୍ରିଜରେ ଲଢୁଆ ବ୍ୟାଟିଂ ଜାରିରଖି ଶତକ ହାସଲ କରିଥିଲେ। ସେହିପରି କାମରୁନ ଗ୍ରୀନ ମଧ୍ୟ ଶତକ ପୂରଣ କରିଥିଲେ । ଖ୍ବାଜା ୧୮୦ ରନ୍‌ କରିଥିବା ବେଳେ ଗ୍ରୀନ ୧୧୪ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ଅନ୍ୟପକ୍ଷେ ଟଡ ମର୍ଫି ୪୧ ରନ୍‌ କରିଥିବା ବେଳେ ନାଥନ ଲିଅନ ୩୪ ରନ୍‌ କରିଥିଲେ। ଫଳରେ ଅଷ୍ଟ୍ରେଲିଆ ତା’ର ପ୍ରଥମ ଇନିଂସରେ ୪୮୦ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ଭାରତ ଦୁଇ ଓପନର ଅଧିନାୟକ ରୋହିତ ଶର୍ମା ଏବଂ ସୁବମାନ ଗିଲ ବ୍ୟାଟିଂ କରିବାକୁ ଆସିଥିଲେ। ଦୁହେଁ ଭଲ ଷ୍ଟାଟ ଦେଇ ୧୦ ଓଭର ଖେଳି ୩୬ ରନ୍‌ କରିଛନ୍ତି। ରୋହିତ ୩୩ ବଲରେ ୧୭ ରନ୍‌ କରିଥିବା ବେଳେ ସୁବମାନ ୧୮ ରନ୍‌ କରି କ୍ରିଜ୍‌ରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri