ମାରିଉପୁଲରେ ନରସଂହାର କରିବାକୁ ଚେଷ୍ଟା କରୁଛି ରୁଷିଆ: ଜେଲେନସ୍କି

କ୍ୱିଭ୍‌,୨୩।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଲଗାତାର ୨୮ ଦିନ ପାଇଁ ଜାରି ରହିଛି। ରୁଷିଆ ସୈନ୍ୟବାହିନୀ କ୍ରମାଗତ ଭାବରେ ୟୁକ୍ରେନ ରାଜଧାନୀ କ୍ୱିଭ୍‌ ସମେତ ଅନେକ ସହର ଉପରେ ଆକ୍ରମଣ କରୁଛନ୍ତି। ଉଭୟ ଦେଶ ମୁଣ୍ଡ ନୁଆଁଇବାକୁ ପ୍ରସ୍ତୁତ ନୁହଁନ୍ତି। ଅନେକ ଦେଶର ମୁଖ୍ୟଙ୍କ ଦ୍ୱାରା ପ୍ରବର୍ତ୍ତାଇବା ସତ୍ତ୍ୱେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର୍‌ ପୁଟିନ ଯୁଦ୍ଧ ଛାଡିବାକୁ ପ୍ରସ୍ତୁତ ନାହାନ୍ତି। ଏଥି ସହିତ ପୁଟିନଙ୍କ କଠୋର ମନୋଭାବ ଉପରେ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି କହିଛନ୍ତି, ମାରିଉପୁଲରେ ନରସଂହାର କରିବାକୁ ଚେଷ୍ଟା କରୁଛି ରୁଷିଆ। ଏହି ପରିବେଶରେ ରୁଷିଆ ସହ କଥାବାର୍ତ୍ତା କରିବା ଅତ୍ୟନ୍ତ କଷ୍ଟକର। ଏଠାରେ ରୁଷିଆ ମଧ୍ୟ ଏକ ଦୃଢ ମନୋଭାବ ଦେଖାଇଛି ଯେ ଯଦି ଆମର ଅସ୍ତିତ୍ୱ ପ୍ରତି ବିପଦ ଆସେ, ତେବେ ଆମେ ମଧ୍ୟ ପରମାଣୁ ଅସ୍ତ୍ର ବ୍ୟବହାର କରିପାରିବୁ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ରୁଷିଆ ଆକ୍ରମଣରେ ଦିନକୁ ଦିନ ଧ୍ୱସଂସ୍ତୁପରେ ପରିଣତ ହେଉଛି ୟୁକ୍ରେନ। ୟୁକ୍ରେନର ଗୋଟିଏ ପରେ ଗୋଟିଏ ସହର ମାଟିରେ ମିଶିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri