Posted inଖେଳ

୨୫୭ ରନ୍‌ ଆଗରେ ଟିମ୍‌ ଇଣ୍ଡିଆ

ବର୍ମିଂହାମ, ୪।୭: ସ୍ଥାନୀୟ ଏଜ୍‌ବାଷ୍ଟନଠାରେ ଚାଲିଥିବା ପୁନଃ ନିର୍ଦ୍ଧାରିତ ୫ମ ଟେଷ୍ଟ ମ୍ୟାଚରେ ଇଂଲଣ୍ଡ ପ୍ରଥମ ଇନିଂସରେ ୨୮୪ ରନ୍‌ କରି ଅଲ୍‌ଆଉଟ ହୋଇଯାଇଛି। ଜବାବରେ ଭାରତ ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୩ ଉଇକେଟ ହରାଇ ୧୨୫ ରନ୍‌ ସଂଗ୍ରହ କରିଛି। ଚେତେଶ୍ୱର ପୂଜାରା ୫୦ ଓ ରିଷଭ ପନ୍ତ ୩୦ ରନ୍‌ କରି କ୍ରିଜ୍‌ରେ ରହିଛନ୍ତି। ଓପ୍‌ନର ଶୁବମନ ଗିଲ୍‌ ୪ ରନ୍‌ କରି ଜେମ୍ସ ଆଣ୍ଡରସନଙ୍କ ବଲ୍‌ରେ ଜ୍ୟାକ୍‌ କ୍ରଲିଙ୍କ ଦ୍ୱାରା କ୍ୟାଚ୍‌ଆଉଟ ହୋଇଥିଲେ। ସେହିପରି ହନୁମା ବିହାରୀ ୧୧ ଏବଂ ବିରାଟ କୋହଲି ୨୦ ରନ୍‌ କରି ପ୍ୟାଭିଲିୟନ ଫେରିଛନ୍ତି।

ଇଂଲଣ୍ଡ ପକ୍ଷରୁ ଜେମ୍ସ ଆଣ୍ଡରସନ, ଷ୍ଟୁଆର୍ଟ ବ୍ରଡ୍‌ ଓ ବେନ୍‌ ଷ୍ଟୋକ୍ସ ଗୋଟିଏ ଲେଖାଏଁ ଉଇକେଟ ଅକ୍ତିଆର କରିଛନ୍ତି। ପ୍ରଥମ ଇନିଂସରେ ଅଗ୍ରଣୀ ଲାଭ କରିଥିବା ଭାରତ ରବିବାର ଖେଳ ଶେଷ ସୁଦ୍ଧା ୨୫୭ ରନ୍‌ର ଆଗରେ ରହିଛି।

ଇଂଲଣ୍ଡ ପ୍ରଥମ ଇନିଂସ ଅସମାପ୍ତ ସ୍କୋର ୮୪/୬ରୁ ବ୍ୟାଟିଂ ଆରମ୍ଭ କରିଥିଲା। ଦଳର ସବୁଠାରୁ ସଫଳ ବ୍ୟାଟର ଜନ୍ନି ବେୟାରଷ୍ଟୋ ୧୪୦ ବଲ୍‌ରୁ ୧୦୬ ରନ୍‌ କରି ଦଳର ସ୍ଥିତିରେ ସୁଧାର ଆଣିଥିଲେ। ସେ ପ୍ରଥମେ ବେନ୍‌ ଷ୍ଟୋକ୍ସ (୨୫)ଙ୍କ ସହ ୬୬ ରନ୍‌ ଏବଂ ପରେ ସାମ୍‌ ବିଲିଂ(୩୬ )ଙ୍କ ସହ ୯୨ ରନ୍‌ର ପାର୍ଟନରଶିପ୍‌ କରିଥିଲେ। ଭାରତ ପକ୍ଷରୁ ସବୁଠାରୁ ସଫଳ ବୋଲର ଭାବେ ମହମ୍ମଦ ସିରାଜ ୬୬ ରନ୍‌ ବିନିମୟରେ ୪ ଉଇକେଟ ନେଇଥିବା ବେଳେ ଯଶପ୍ରୀତ ବୁମ୍‌ରା ୩, ମହମ୍ମଦ ସାମି ୨ ଏବଂ ଶାର୍ଦ୍ଦୂଳ ଠାକୁର ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri