Posted inଖେଳ

ଭାରତର ଦମ୍‌ଦାର ପ୍ରତ୍ୟାବର୍ତ୍ତନ

କାନପୁର,୨୭।୧୧: କାନପୁର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟର ତୃତୀୟ ଦିନରେ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ୨୯୬ ରନ୍‌ କରି ଅଲ୍‌ଆଉଟ ହୋଇଯାଇଛି। ଫଳରେ ଭାରତ ପ୍ରଥମ ଇନିଂସରେ ୪୯ରନ୍‌ରେ ଆଗୁଆ ରହିଛି।

ଭ୍ରମଣକାରୀ ନ୍ୟୁଜିଲାଣ୍ଡ ଲଡୁଆ ବ୍ୟାଟିଂ କରି ଦ୍ୱିତୀୟ ଦିନରେ ଖେଳ ସୁଦ୍ଧା ବିନା ଉଇକେଟରେ ୧୨୯ ରନ୍‌ କରିଥିଲା। ଶନିବାର ପୁଣି ପଡିଆକୁ ଓହ୍ଲାଇଥିଲା ନ୍ୟୁଜିଲାଣ୍ଡ। ତେବେ ଅଶ୍ବିନ ପ୍ରଥମେ ଓ୍ବିଲ ୟଙ୍ଗଙ୍କ ଉଇକେଟ ନେଇ ଭାରତକୁ ପ୍ରଥମ ସଫଳତା ଦେଇଥିଲେ। ୟଙ୍ଗ ୮୯ ରନ୍‌ରେ ଆଉଟ ହୋଇଥିଲେ । ଅନ୍ୟତମ ଓପନର ଲଥମ ୯୫ ରନ୍‌ କରି ଶତକରୁ ବଞ୍ଚିତ ହୋଇଥିଲେ। ସେହିପରି ଅଧିନାୟକ କେନ୍‌ ଓ୍ବିଲିୟମସନ ମଧ୍ୟ ବିଶେଷ କିଛି କରିପାରି ନ ଥିଲେ। ୧୮ ରନ୍‌ କରି ସେ ଆଉଟ ହେବା ପରେ ଦଳର ବ୍ୟାଟିଂକ୍ରମ ଭୁଷୁଡ଼ିବାକୁ ଲାଗିଥିଲା। ଦଳର କୌଣସି ବ୍ୟାଟ୍ସମ୍ୟାନ ଭଲ ସ୍କୋର କରିପାରି ନ ଥିଲେ । ଫଳରେ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ୨୯୬ ରନ୍‌ କରି ଅଟକି ଯାଇଥିଲା।

ଭାରତର ଅକ୍ଷର ପଟେଲଙ୍କ ଦମଦାର ବୋଲିଂ ଦେଖିବାକୁ ମିଳିଛି । ଅକ୍ଷରଙ୍କୁ ପ୍ରଥମ ଇନିଂସରେ ୫ ଉଇକେଟ ମିଳିଥିବା ବେଳେ ଅଶ୍ୱିନୀଙ୍କୁ ୩ ଉଇକେଟ ମିଳିଛି। ଭାରତ ଦ୍ୱିତୀୟ ଇଂନିସ ଆରମ୍ଭ କରି ତୃତୀୟ ଦିନ ଖେଳ ସୁଦ୍ଧା ୧୪ରନ୍‌ରେ ୧ ଉଇକେଟ ହରାଇଛି। ଅନ୍ୟପକ୍ଷେ ନ୍ୟୁଜିଲାଣ୍ଡଠାରୁ ଭାରତ ୬୩ ରନ୍‌ରେ ଆଗୁଆ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri