ସିମନବାଡ଼ି ଅଞ୍ଚଳରେ ମାତିଛନ୍ତି ଚୋର, ପୋଲିସ ନିକଟରେ ଅଭିଯୋଗ କରିବାକୁ ଅମଙ୍ଗ ବ୍ୟବସାୟୀ

ଦାରିଙ୍ଗବାଡି, ୩୧।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ଅଞ୍ଚଳରେ ଦିନକୁ ଦିନ ଚୋରି ବୃଦ୍ଧି ପାଉଛି। ଦୁର୍ବୃତ୍ତମାନେ ଏବେ ନିୟମିତ ମାତିଥିଲେ ହେଁ ବ୍ୟବସାୟୀମାନେ ପୋଲିସ ନିକଟରେ ଅଭିଯୋଗ କରିବାକୁ ଅମଙ୍ଗ ହେଉଛନ୍ତି। ଏହାକୁ ନେଇ ଅଞ୍ଚଳବାସୀଙ୍କ ଚିନ୍ତା ବୃଦ୍ଧି ପାଇଛି।

ପ୍ରକାଶ ଯେ, ବୁଧବାର ବିଳମ୍ବିତ ରାତିରେ ସିମନବାଡି ବଜାର ଉପରେ ଚା’ଦୋକାନ କରିଥିବା ରାଜୁ ସାହୁଙ୍କ କ୍ୟାବିନରୁ କିଛି ଜିନିଷ ଚୋରି ଯାଇଥିବା ବେଳେ ବିଷ୍ଣୁ ପ୍ରିୟା ମୁଖିଙ୍କ ଷ୍ଟେସନାରୀ ଦୋକାନ ଏବଂ କିରିକୁଟି ପଞ୍ଚାୟତର ଜଣେ ଯୁବତୀ ରଜନୀ ଦଣ୍ଡସେନାଙ୍କ ପରିବା ଦୋକାନ କ୍ୟାବିନ ଭାଙ୍ଗି ୧୫ ଶହ ଟଙ୍କା ଚୋରି ହୋଇଛି। ଏହି ବ୍ୟବସାୟୀମାନେ ଥାନାରେ ଅଭିଯୋଗ କରି ନ ଥିବା ଜଣାପଡିଛି। ପ୍ରତିଦିନ ଏହି ସବୁ ଅଞ୍ଚଳରେ ଜୁଆ ଆଡ୍ଡା ଚାଲିଥିବା ବେଳେ ବେଧଡ଼କ ଚୋରା ମଦ କାରବାର ବୃଦ୍ଧି ଚୋରିର ମୁଖ୍ୟ କାରଣ ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ପୋଲିସ ସିମନବାଡି ଅଞ୍ଚଳରେ ପାଟ୍ରୋଲିଂ କରିବା ଓ ଜୁଆଆଡ୍ଡାକୁ ରୋକିବାକୁ ପଦକ୍ଷେପ ନେବାକୁ ସାଧାରଣରେ ନିବେଦନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri