Posted inଖେଳ

ପ୍ରଥମ ଦିନିକିଆ: ଇଂଲଣ୍ଡ ୬ ଉଇକେଟରେ ବିଜୟୀ

ସାଉଥାମ୍ପଟନ,୩୧।୭(ଏପି): ପ୍ରତ୍ୟାବର୍ତ୍ତନରେ ଡେଭିଡ୍‌ ଓ୍ବିଲି ଦମ୍‌ଦାର ବୋଲିଂ କରି ଇଂଲଣ୍ଡକୁ ଆୟର୍ଲାଣ୍ଡ ବିପକ୍ଷରେ ବିଜୟୀ କରାଇଛନ୍ତି। ସ୍ଥାନୀୟ ରୋଜ ବାଉଲ ଗ୍ରାଉଣ୍ଡରେ ଗୁରୁବାର ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଇଂଲଣ୍ଡ ୬ ଉଇକେଟରେ ଭ୍ରମଣକାରୀ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଆୟର୍ଲାଣ୍ଡ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୪୪.୪ ଓଭରରେ ୧୭୨ ରନକରି ଅଲଆଉଟ୍‌ ହୋଇଥିଲା। ଜବାବରେ ଇଂଲଣ୍ଡ ୨୭.୫ ଓଭରରେ ୪ ଉଇକେଟ ହରାଇ ୧୭୪ ରନକରି ବିଜୟ ହାସଲ କରିଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ଇଂଲଣ୍ଡ ୧-୦ରେ ଅଗ୍ରଣୀ ହାସଲ କରିଛି। ୫ ଉଇକେଟ ସଫଳତା ହାସଲ କରିଥିବା ଓ୍ବିଲି ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୧୭୩ ରନ ଟାର୍ଗେଟର ପିଛା କରି ଇଂଲଣ୍ଡ ମଧ୍ୟ ୭୮ ରନରେ ୪ ଉଇକେଟ ହରାଇ ଅନୁରୂପ ଭାବେ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଜନୀ ବେୟାରଷ୍ଟୋ ୨, ଜାସନ ରଏ ୨୪, ଜେମ୍ସ ଭିନ୍ସ ୨୫, ଟମ୍‌ ବାଣ୍ଟନ ୧୧ ରନ କରି ଆଉଟ ହୋଇଥିଲେ। ତେବେ ପଞ୍ଚମ ଉଇକେଟ ଯୋଡିରେ ଇଅନ ମୋର୍ଗାନ ଓ ସାମ ବିଲିଙ୍ଗ୍ସ ଆଉ କୌଣସି କ୍ଷତି ହେବାକୁ ନ ଦେଇ ୮୫ ବଲରୁ ଅପରାଜିତ ୯୬ ରନ କରି ଦଳକୁ ବିଜୟୀ କରାଇଥିଲେ। ବିଲିଙ୍ଗ୍ସ ୫୪ ବଲରୁ ୧୧ ଚୌକା ସହ ୬୭ ଓ ମୋର୍ଗାନ ୪୦ ବଲରୁ ୨ ଚୌକା ଓ ୪ ଛକା ସହ ୩୬ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଆୟର୍ଲାଣ୍ଡ ତରଫରୁ କ୍ରେଗ ୟଙ୍ଗ ୨, ଆଣ୍ଡି ମ୍ୟାକ୍‌ବ୍ରାଏନ ଓ କର୍ଟିସ କ୍ୟାମ୍ପର ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଆୟର୍ଲାଣ୍ଡ ୭୯ରେ ୭ ଉଇକେଟ ହରାଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଦଳ ତରଫରୁ କ୍ୟାମ୍ପର ଅପରାଜିତ ୫୯ ଓ ମ୍ୟାକ୍‌ବ୍ରାଏନ୍‌ ୪୦ ରନ କରି ସ୍ଥିତି ସମ୍ଭାଳିବାକୁ ପ୍ରୟାସ କରିଥିଲେ। ଓପନର ଗାରେଥ ଡିଲାନି ୨୨, କେଭିନ୍‌ ଓ’ବ୍ରାଏନ ୨୨, କ୍ରେଗ୍‌ ୟଙ୍ଗ୍‌ ୧୧ ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ଓ୍ବିଲି ୫, ସାକିବ୍‌ ମାହମୁଦ ୨, ଆଦିଲ ରସିଦ୍‌ ଓ ଟମ୍‌ କୁରାନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତି ସ୍କୋର:
ଆୟର୍ଲାଣ୍ଡ ୪୪.୪ ଓଭରରେ ୧୭୨ ଆଲଆଉଟ୍‌
(କ୍ୟାମ୍ପର- ୫୯*, ମ୍ୟାକ ବ୍ରାଏନ୍‌- ୪୦, ଓ’ବ୍ରାଏନ- ୨୨, ଗ୍ୟାରେଥ ଡିଲାନୀ- ୨୨, ୟଙ୍ଗ-୧୧, ଓ୍ବିଲି- ୫/୩୦, ମେହମୁଦ-୨/ ୩୬)।
ଇଂଲଣ୍ଡ ୨୭.୫ ଓଭରରେ ୧୭୪/୪
( ସାମ ବିଲିଙ୍ଗ୍ସ- ୬୭*, ଇଅନ ମୋର୍ଗାନ- ୩୬*, ଜାସନ ରଏ- ୨୪, ଜେମ୍ସ ଭିନ୍ସ- ୨୫, କ୍ରେଗ ୟଙ୍ଗ- ୨/୫୬)।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?