Posted inଖେଳ

ପ୍ରଥମ ଦିନିକିଆ: ଭାରତୀୟ ମହିଳାଙ୍କ ବୃହତ୍‌ ପରାଜୟ

ଲକ୍ଷ୍ନୌ, ୮।୩(ପି.ଟି.): ଦୀର୍ଘଦିନ ପରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିଥିବା ଭାରତୀୟ ମହିଳା କ୍ରିକେଟ ଦଳ ଏକ ବଡ଼ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଭାରତୀୟ ମହିଳା ଦଳକୁ ୫୯ଟି ବଲ୍‌ ବାକି ରଖି ୮ ଉଇକେଟରେ ଅତି ସହଜରେ ପରାସ୍ତ କରିଛି। ଏଥିସହି ଦକ୍ଷିଣ ଆଫ୍ରିକା ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି।
ସ୍ଥାନୀୟ ଅଟଳ ବିହାରୀ ଏକାନା ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଟସ୍‌ ହାରି ଭାରତ ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିଲା। ପ୍ରଥମେ ବ୍ୟାଟିଂ କରି ଭାରତ ୫୦ ଓଭରରେ ୯ ଉଇକେଟ ହରାଇ ୧୭୭ ରନ ସଂଗ୍ରହ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ୪୦.୧ ଓଭରରେ ୨ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ୨୮ ରନ ବ୍ୟୟ କରି ମୂଲ୍ୟବାନ ୩ ଉଇକେଟ ଅକ୍ତିଆର କରିଥିବା ଦକ୍ଷିଣ ଆଫ୍ରିକାର ଦ୍ରୁତ ବୋଲର ଶବନିମ ଇସ୍‌ମାଇଲ୍‌ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ଭାରତ ପକ୍ଷରୁ ଅଧିନାୟିକା ମିତାଲି ରାଜ ସର୍ବାଧିକ ୫୦, ହରମନପ୍ରୀତ କୌର ୪୦, ଦୀପ୍ତି ଶର୍ମା ୨୭, ସ୍ମୃତି ମାନ୍ଧନା ୧୪, ପୁନମ୍‌ ରାଉତ ୧୦ ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁପାରି ନ ଥିଲେ। ଦକ୍ଷିଣ ଆଫ୍ରିକା ତରଫରୁ ବୋଲିଂରେ ଇସ୍‌ମାଇଲ ୩, ନନ୍‌କୁଲୁଲେକୋ ଏମ୍‌ଲାବା ୨, ମାରିଜନେ କାପ, ଆୟାବୋଙ୍ଗା ଖାକା, ସୁନ୍‌ ଲୁସ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
୧୭୮ ରନ୍‌ ଟାର୍ଗେଟର ପିଛା କରି ଦକ୍ଷିଣ ଆଫ୍ରିକାର ଦୁଇ ଓପନର ଜବରଦସ୍ତ ଆରମ୍ଭ କରିଥିଲେ ଓ ପ୍ରଥମ ଉଇକେଟରେ ୧୬୯ ରନ ସଂଗ୍ରହ କରି ଘରୋଇ ବୋଲରଙ୍କୁ ନିରାଶ କରିଥିଲେ। ଲଉରା ଉଲ୍‌ଭାର୍ଡଟ ୮୦ ରନ କରି ଝୁଲଣ ଗୋସ୍ବାମୀଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇଥିଲେ। ଅନ୍ୟତମ ଓପନର ଲିଜେଲେ ଲି ୮୩ ରନକରି ଶେଷ ପର୍ଯ୍ୟନ୍ତ ଅପରାଜିତ ରହିବା ସହ ଦଳକୁ ଜିତାଇଥିଲେ। ଅଧିନାୟିକା ସୁନ ଲୁସ୍‌ ୧ ରନକରି ଗୋସ୍ବାମୀଙ୍କ ବଲ୍‌ରେ କଭରରେ ଦୀପ୍ତି ଶର୍ମାଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ଭାରତ ପକ୍ଷରୁ ଝୁଲଣ ୨ଟି ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର:
ଭାରତ ୫୦ ଓଭରରେ ୧୭୭/୯
(ମିଥାଲି- ୫୦, ହରମନପ୍ରୀତ- ୪୦, ଦୀପ୍ତି- ୨୭, ଶବନିମ- ୩/୨୮, ଏମ୍‌ଲାବା- ୨/୪୧)।
ଦକ୍ଷିଣ ଆଫ୍ରିକା ୪୦.୧ ଓଭରରେ ୧୭୮/୨
(ଲି- ୮୩*, ଉଲଭାର୍ଡଟ- ୮୦, ଝୁଲଣ- ୨/୩୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri