Posted inଖେଳ

ପ୍ରଥମ ଦିନିକିଆ: ଭାରତୀୟ ମହିଳାଙ୍କ ବୃହତ୍‌ ପରାଜୟ

ଲକ୍ଷ୍ନୌ, ୮।୩(ପି.ଟି.): ଦୀର୍ଘଦିନ ପରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିଥିବା ଭାରତୀୟ ମହିଳା କ୍ରିକେଟ ଦଳ ଏକ ବଡ଼ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଭାରତୀୟ ମହିଳା ଦଳକୁ ୫୯ଟି ବଲ୍‌ ବାକି ରଖି ୮ ଉଇକେଟରେ ଅତି ସହଜରେ ପରାସ୍ତ କରିଛି। ଏଥିସହି ଦକ୍ଷିଣ ଆଫ୍ରିକା ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି।
ସ୍ଥାନୀୟ ଅଟଳ ବିହାରୀ ଏକାନା ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଟସ୍‌ ହାରି ଭାରତ ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିଲା। ପ୍ରଥମେ ବ୍ୟାଟିଂ କରି ଭାରତ ୫୦ ଓଭରରେ ୯ ଉଇକେଟ ହରାଇ ୧୭୭ ରନ ସଂଗ୍ରହ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ୪୦.୧ ଓଭରରେ ୨ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ୨୮ ରନ ବ୍ୟୟ କରି ମୂଲ୍ୟବାନ ୩ ଉଇକେଟ ଅକ୍ତିଆର କରିଥିବା ଦକ୍ଷିଣ ଆଫ୍ରିକାର ଦ୍ରୁତ ବୋଲର ଶବନିମ ଇସ୍‌ମାଇଲ୍‌ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ଭାରତ ପକ୍ଷରୁ ଅଧିନାୟିକା ମିତାଲି ରାଜ ସର୍ବାଧିକ ୫୦, ହରମନପ୍ରୀତ କୌର ୪୦, ଦୀପ୍ତି ଶର୍ମା ୨୭, ସ୍ମୃତି ମାନ୍ଧନା ୧୪, ପୁନମ୍‌ ରାଉତ ୧୦ ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁପାରି ନ ଥିଲେ। ଦକ୍ଷିଣ ଆଫ୍ରିକା ତରଫରୁ ବୋଲିଂରେ ଇସ୍‌ମାଇଲ ୩, ନନ୍‌କୁଲୁଲେକୋ ଏମ୍‌ଲାବା ୨, ମାରିଜନେ କାପ, ଆୟାବୋଙ୍ଗା ଖାକା, ସୁନ୍‌ ଲୁସ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
୧୭୮ ରନ୍‌ ଟାର୍ଗେଟର ପିଛା କରି ଦକ୍ଷିଣ ଆଫ୍ରିକାର ଦୁଇ ଓପନର ଜବରଦସ୍ତ ଆରମ୍ଭ କରିଥିଲେ ଓ ପ୍ରଥମ ଉଇକେଟରେ ୧୬୯ ରନ ସଂଗ୍ରହ କରି ଘରୋଇ ବୋଲରଙ୍କୁ ନିରାଶ କରିଥିଲେ। ଲଉରା ଉଲ୍‌ଭାର୍ଡଟ ୮୦ ରନ କରି ଝୁଲଣ ଗୋସ୍ବାମୀଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇଥିଲେ। ଅନ୍ୟତମ ଓପନର ଲିଜେଲେ ଲି ୮୩ ରନକରି ଶେଷ ପର୍ଯ୍ୟନ୍ତ ଅପରାଜିତ ରହିବା ସହ ଦଳକୁ ଜିତାଇଥିଲେ। ଅଧିନାୟିକା ସୁନ ଲୁସ୍‌ ୧ ରନକରି ଗୋସ୍ବାମୀଙ୍କ ବଲ୍‌ରେ କଭରରେ ଦୀପ୍ତି ଶର୍ମାଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ଭାରତ ପକ୍ଷରୁ ଝୁଲଣ ୨ଟି ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର:
ଭାରତ ୫୦ ଓଭରରେ ୧୭୭/୯
(ମିଥାଲି- ୫୦, ହରମନପ୍ରୀତ- ୪୦, ଦୀପ୍ତି- ୨୭, ଶବନିମ- ୩/୨୮, ଏମ୍‌ଲାବା- ୨/୪୧)।
ଦକ୍ଷିଣ ଆଫ୍ରିକା ୪୦.୧ ଓଭରରେ ୧୭୮/୨
(ଲି- ୮୩*, ଉଲଭାର୍ଡଟ- ୮୦, ଝୁଲଣ- ୨/୩୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri