ସମ୍ମମ୍‌ରେ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୨୩ା।୫: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ସମ୍‌ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ନିକଟରେ ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଉକ୍ତ କର୍ମଶାଳାରେ ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ଶୀର୍ଷକ ବିଷୟବସ୍ତୁ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଉକ୍ତ ଆଲୋଚନା ଚକ୍ରରେ ବିଭିନ୍ନ ହସ୍ପିଟାଲ୍‌ର ଚିକିତ୍ସା କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିଙ୍କ ସମେତ ନର୍ସ, ପାରାମେଡିକ୍ସ ଓ ଲାବରେଟୋରି ଟେକ୍ନିସିଆନ୍‌ମାନେ ଯୋଗ ଦେଇଥିଲେ। ଅପରପକ୍ଷରେ ଆଡଭାନ୍ସଡ ଷ୍ଟେରିଲାଇଜେଶନ୍‌ ପ୍ରଡକ୍ଟସ୍‌ (ଏଏସ୍‌ପି) ଓ ସମ୍ମମ୍‌ର ମିଳିତ ସହଯୋଗରେ ଆୟୋଜିତ ଉକ୍ତ କର୍ମଶାଳାରେ ବିଭିନ୍ନ ଥିଓରେଟିକାଲ୍‌ ଲେକ୍ଚର ଓ ପ୍ରାକ୍ଟିକାଲ୍‌ ସେସନ୍‌ର ମଧ୍ୟ ଆୟୋଜନ କରାଯାଇଥିଲା। କର୍ମଶାଳାର ଉଦଘାଟନୀ ଉତ୍ସବରେ ସମ୍ମମ୍‌ର ସିଇଓ ଡା. ଶ୍ୱେତପଦ୍ମା ଦାଶ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉପଯୁକ୍ତ ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ଉପରେ ବେଶ୍‌ ଗୁରୁତ୍ୱାରୋପ କରିଥିଲେ। ଏପରିକି ଉତ୍ତମ ଓ ସୁରକ୍ଷିତ ସ୍ବାସ୍ଥ୍ୟ ସେବା ନିମନ୍ତେ ଏହା ହିଁ ପ୍ରକୃଷ୍ଟ ମାଧ୍ୟମ ବୋଲି ସେ ମତବ୍ୟକ୍ତ କରିଥିଲେ। ସେହିପରି ସମ୍ମମ୍‌ର ଚିଫ୍‌ ଅଫ୍‌ ମେଡିକାଲ ସର୍ଭିସେସ୍‌ ବ୍ରିଗେଡିୟର (ଡା) ବିରାଜ ମୋହନ ମିଶ୍ର, ମେଡିକାଲ୍‌ ସୁପରିଣ୍ଟେଣ୍ଡେଣ୍ଟ ଡା. ପ୍ରଶାନ୍ତ କୁମାର ପଣ୍ଡା, କ୍ରିଟିକାଲ୍‌ କେୟାର ବିଭାଗର ମୁଖ୍ୟ ଡା. ବାନାମ୍ବର ରାୟ, ମାଇକ୍ରୋ ବାୟୋଲୋଜି ବିଭାଗର କନ୍‌ସଲ୍‌ଟାଣ୍ଟ ଡା.ପୂରବୀ ବରାଳ ଏବଂ ଏଏସ୍‌ପିର ସିନିୟର ମ୍ୟାନେଜର ବର୍ଣ୍ଣାଳୀ ବାନିକ୍‌ ପ୍ରମୁଖ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, କୋଭିଡ ମହାମାରୀ ମଣିଷ ଜୀବନର ଗୁଣବତ୍ତାକୁ ମଧ୍ୟ ପ୍ରଭାବିତ କରିଥିଲା ବୋଲି ଡା. ମିଶ୍ର ମତବ୍ୟକ୍ତ କରିଥିଲେ। ତେଣୁ ଭବିଷ୍ୟତରେ ଏଭଳି କୌଣସି ମାରାତ୍ମକ ବ୍ୟାଧିର ପ୍ରତିରୋଧ କରିବା ନିମନ୍ତେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ସଂକ୍ରମଣର ନିରାକରଣ ଓ ନିୟନ୍ତ୍ରଣ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ମିଶ୍ର କହିଥିଲେ। ଉକ୍ତ କର୍ମଶାଳାରେ ଭୁବନେଶ୍ୱର ଆପୋଲୋ ହସ୍ପିଟାଲ୍‌ର ମାଇକ୍ରୋ ବାୟୋଲୋଜି ବିଭାଗର ସିନିୟର କନ୍‌ସଲଟାଣ୍ଟ ଡା. ସୁନୀତା ସାହୁ ଏବଂ ଆମ୍ରି ହସ୍ପିଟାଲ୍‌ର ସିନିୟର କନ୍‌ସଲଟାଣ୍ଟ ଡା. ବିଭୁଦତ୍ତ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri