ଭୁବନେଶ୍ୱର,୨୩ା।୫: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ନିକଟରେ ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଉକ୍ତ କର୍ମଶାଳାରେ ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ଶୀର୍ଷକ ବିଷୟବସ୍ତୁ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଉକ୍ତ ଆଲୋଚନା ଚକ୍ରରେ ବିଭିନ୍ନ ହସ୍ପିଟାଲ୍ର ଚିକିତ୍ସା କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିଙ୍କ ସମେତ ନର୍ସ, ପାରାମେଡିକ୍ସ ଓ ଲାବରେଟୋରି ଟେକ୍ନିସିଆନ୍ମାନେ ଯୋଗ ଦେଇଥିଲେ। ଅପରପକ୍ଷରେ ଆଡଭାନ୍ସଡ ଷ୍ଟେରିଲାଇଜେଶନ୍ ପ୍ରଡକ୍ଟସ୍ (ଏଏସ୍ପି) ଓ ସମ୍ମମ୍ର ମିଳିତ ସହଯୋଗରେ ଆୟୋଜିତ ଉକ୍ତ କର୍ମଶାଳାରେ ବିଭିନ୍ନ ଥିଓରେଟିକାଲ୍ ଲେକ୍ଚର ଓ ପ୍ରାକ୍ଟିକାଲ୍ ସେସନ୍ର ମଧ୍ୟ ଆୟୋଜନ କରାଯାଇଥିଲା। କର୍ମଶାଳାର ଉଦଘାଟନୀ ଉତ୍ସବରେ ସମ୍ମମ୍ର ସିଇଓ ଡା. ଶ୍ୱେତପଦ୍ମା ଦାଶ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉପଯୁକ୍ତ ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ଉପରେ ବେଶ୍ ଗୁରୁତ୍ୱାରୋପ କରିଥିଲେ। ଏପରିକି ଉତ୍ତମ ଓ ସୁରକ୍ଷିତ ସ୍ବାସ୍ଥ୍ୟ ସେବା ନିମନ୍ତେ ଏହା ହିଁ ପ୍ରକୃଷ୍ଟ ମାଧ୍ୟମ ବୋଲି ସେ ମତବ୍ୟକ୍ତ କରିଥିଲେ। ସେହିପରି ସମ୍ମମ୍ର ଚିଫ୍ ଅଫ୍ ମେଡିକାଲ ସର୍ଭିସେସ୍ ବ୍ରିଗେଡିୟର (ଡା) ବିରାଜ ମୋହନ ମିଶ୍ର, ମେଡିକାଲ୍ ସୁପରିଣ୍ଟେଣ୍ଡେଣ୍ଟ ଡା. ପ୍ରଶାନ୍ତ କୁମାର ପଣ୍ଡା, କ୍ରିଟିକାଲ୍ କେୟାର ବିଭାଗର ମୁଖ୍ୟ ଡା. ବାନାମ୍ବର ରାୟ, ମାଇକ୍ରୋ ବାୟୋଲୋଜି ବିଭାଗର କନ୍ସଲ୍ଟାଣ୍ଟ ଡା.ପୂରବୀ ବରାଳ ଏବଂ ଏଏସ୍ପିର ସିନିୟର ମ୍ୟାନେଜର ବର୍ଣ୍ଣାଳୀ ବାନିକ୍ ପ୍ରମୁଖ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, କୋଭିଡ ମହାମାରୀ ମଣିଷ ଜୀବନର ଗୁଣବତ୍ତାକୁ ମଧ୍ୟ ପ୍ରଭାବିତ କରିଥିଲା ବୋଲି ଡା. ମିଶ୍ର ମତବ୍ୟକ୍ତ କରିଥିଲେ। ତେଣୁ ଭବିଷ୍ୟତରେ ଏଭଳି କୌଣସି ମାରାତ୍ମକ ବ୍ୟାଧିର ପ୍ରତିରୋଧ କରିବା ନିମନ୍ତେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ସଂକ୍ରମଣର ନିରାକରଣ ଓ ନିୟନ୍ତ୍ରଣ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ମିଶ୍ର କହିଥିଲେ। ଉକ୍ତ କର୍ମଶାଳାରେ ଭୁବନେଶ୍ୱର ଆପୋଲୋ ହସ୍ପିଟାଲ୍ର ମାଇକ୍ରୋ ବାୟୋଲୋଜି ବିଭାଗର ସିନିୟର କନ୍ସଲଟାଣ୍ଟ ଡା. ସୁନୀତା ସାହୁ ଏବଂ ଆମ୍ରି ହସ୍ପିଟାଲ୍ର ସିନିୟର କନ୍ସଲଟାଣ୍ଟ ଡା. ବିଭୁଦତ୍ତ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

