ବିପଦସଙ୍କେତ ଉପରେ ଦୟା

କଣାସ,୨୧।୮(ସ୍ବ.ପ୍ର.): ୪ଦିନ ଧରି ଲଘୁଚାପ ବର୍ଷା ଲାଗିରହିବା ଏବଂ ବନ୍ୟାଜଳ ଆସିବା ଦ୍ୱାରା କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟାନଦୀ ଏବଂ ଶାଖାନଦୀ ରାଜୁଆ, ମକରା, କାଣିଆ, ଲୁଣାନଦୀର ଜଳପତନ ବୃଦ୍ଧି ପାଇବାରେ ଲାଗିଛି। କଣାସଠାରେ ଦୟାନଦୀର ବିପଦସଙ୍କେତ ୩.୯୯ମି. ଥିବାବେଳେ ଗୁରୁବାର ଦୟାନଦୀର ଜଳପତନ ବୃଦ୍ଧି ପାଇ ୪.୧୯ମି. ପ୍ରବାହିତ ହେଉଥିବା ଦେଖାଯାଇଛି। ଫଳରେ ଦୟା ଓ ରାଜୁଆ ନଦୀର ମଧ୍ୟବର୍ତ୍ତୀ ଅଞ୍ଚଳ ଦୋକନ୍ଦା, ବଡାସ, ଗଡବଳଭଦ୍ରପୁର ପଞ୍ଚାୟତର ଦୋକନ୍ଦା, ବାଲିପାଟଣା, ତରପଡା, ବଡାସ, କଖାରୁବସ୍ତ, ବୈଦ୍ୟନାଥପାଟଣା, ସବଳଙ୍ଗ, ତେନ୍ତୁଳିମୂଳ, ଗଡବଳଭଦ୍ରପୁର ଗ୍ରାମର ଧାନଜମି ଉପରେ ୬ରୁ ୭ଫୁଟ ବନ୍ୟାଜଳ ରହିଛି। ଉକ୍ତ ଜମିଗୁଡ଼ିକରେ ଚାଷୀମାନେ ଅଧିକ ସଂଖ୍ୟାରେ କଖାରୁ, ବାଇଗଣ, କଲରା, ପୋଟଳ, ଲଙ୍କା, ଝୁଡ଼ଙ୍ଗ, ଜହ୍ନି, ଭେଣ୍ଡି ଆଦି ଚାଷ କରିଥିଲେ। ସେଗୁଡିକ ୪ଦିନ ହେଲା ବୁଡି ରହିଥିବାରୁ ଚାଷୀମାନେ ଏବେ ଚିନ୍ତାରେ ଅଛନ୍ତି। ତେବେ ବନ୍ୟାଜଳ ସହ ଲଘୁଚାପ ବର୍ଷା ଲାଗିରହିଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ପରିସ୍ଥିତି ଦେଖି ଏହାର ମୁକାବିଲା କରାଯିବ ବୋଲି କଣାସ ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ମକରା ବେହେରା ଓ ଖୋର୍ଦ୍ଧା ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ସରୋଜ କୁମାର ପଟ୍ଟନାୟକ କହିଛନ୍ତି। ବଡଧରଣର ବନ୍ୟା ଆଶଙ୍କାରେ ଜଳସେଚନ ବିଭାଗ ପକ୍ଷରୁ ନଦୀ ବନ୍ଧର ସୁରକ୍ଷା ପାଇଁ କଣାସ ବ୍ଲକର ବିଭିନ୍ନ ସ୍ଥାନରେ ବାଲି, ବଲ୍ଲା, ଖାଲିବସ୍ତା ମହଜୁଦ ରଖାଯାଇଛି ।

 

 


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri