ବିପଦସଙ୍କେତ ଉପରେ ଦୟା

କଣାସ,୨୧।୮(ସ୍ବ.ପ୍ର.): ୪ଦିନ ଧରି ଲଘୁଚାପ ବର୍ଷା ଲାଗିରହିବା ଏବଂ ବନ୍ୟାଜଳ ଆସିବା ଦ୍ୱାରା କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟାନଦୀ ଏବଂ ଶାଖାନଦୀ ରାଜୁଆ, ମକରା, କାଣିଆ, ଲୁଣାନଦୀର ଜଳପତନ ବୃଦ୍ଧି ପାଇବାରେ ଲାଗିଛି। କଣାସଠାରେ ଦୟାନଦୀର ବିପଦସଙ୍କେତ ୩.୯୯ମି. ଥିବାବେଳେ ଗୁରୁବାର ଦୟାନଦୀର ଜଳପତନ ବୃଦ୍ଧି ପାଇ ୪.୧୯ମି. ପ୍ରବାହିତ ହେଉଥିବା ଦେଖାଯାଇଛି। ଫଳରେ ଦୟା ଓ ରାଜୁଆ ନଦୀର ମଧ୍ୟବର୍ତ୍ତୀ ଅଞ୍ଚଳ ଦୋକନ୍ଦା, ବଡାସ, ଗଡବଳଭଦ୍ରପୁର ପଞ୍ଚାୟତର ଦୋକନ୍ଦା, ବାଲିପାଟଣା, ତରପଡା, ବଡାସ, କଖାରୁବସ୍ତ, ବୈଦ୍ୟନାଥପାଟଣା, ସବଳଙ୍ଗ, ତେନ୍ତୁଳିମୂଳ, ଗଡବଳଭଦ୍ରପୁର ଗ୍ରାମର ଧାନଜମି ଉପରେ ୬ରୁ ୭ଫୁଟ ବନ୍ୟାଜଳ ରହିଛି। ଉକ୍ତ ଜମିଗୁଡ଼ିକରେ ଚାଷୀମାନେ ଅଧିକ ସଂଖ୍ୟାରେ କଖାରୁ, ବାଇଗଣ, କଲରା, ପୋଟଳ, ଲଙ୍କା, ଝୁଡ଼ଙ୍ଗ, ଜହ୍ନି, ଭେଣ୍ଡି ଆଦି ଚାଷ କରିଥିଲେ। ସେଗୁଡିକ ୪ଦିନ ହେଲା ବୁଡି ରହିଥିବାରୁ ଚାଷୀମାନେ ଏବେ ଚିନ୍ତାରେ ଅଛନ୍ତି। ତେବେ ବନ୍ୟାଜଳ ସହ ଲଘୁଚାପ ବର୍ଷା ଲାଗିରହିଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ପରିସ୍ଥିତି ଦେଖି ଏହାର ମୁକାବିଲା କରାଯିବ ବୋଲି କଣାସ ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ମକରା ବେହେରା ଓ ଖୋର୍ଦ୍ଧା ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ସରୋଜ କୁମାର ପଟ୍ଟନାୟକ କହିଛନ୍ତି। ବଡଧରଣର ବନ୍ୟା ଆଶଙ୍କାରେ ଜଳସେଚନ ବିଭାଗ ପକ୍ଷରୁ ନଦୀ ବନ୍ଧର ସୁରକ୍ଷା ପାଇଁ କଣାସ ବ୍ଲକର ବିଭିନ୍ନ ସ୍ଥାନରେ ବାଲି, ବଲ୍ଲା, ଖାଲିବସ୍ତା ମହଜୁଦ ରଖାଯାଇଛି ।

 

 


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨6ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ରକ୍ଷାବନ୍ଧନରେ ହେଉଛି ଅଦ୍ଭୁତ ତ୍ରିବେଣୀ ସଂଗମ: ଏହି ଶୁଭ ମୁହୂର୍ତ୍ତରେ ରାକ୍ଷୀ ବାନ୍ଧିଲେ ଚମକିବ ଭାଇଙ୍କ ଭାଗ୍ୟ!

ରକ୍ଷାବନ୍ଧନ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ। ଏହି ପର୍ବରେ ଯେତେବେଳେ ଶୁଭ ଯୋଗ ଗଠିତ ହୁଏ, ସେତେବେଳେ ଏହାର ମହତ୍ତ୍ୱ ଆହୁରି ବଢ଼ିଯାଏ। ଚଳିତ ବର୍ଷ ଅଗଷ୍ଟ…

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri