କ୍ରାଇମବ୍ରାଞ୍ଚ ରିପୋର୍ଟରେ ବଡ଼ ଖୁଲାସା: ୮ କନଷ୍ଟେବଳଙ୍କୁ ଏମିତି ଘର କାମରେ ଲଗାଉଥିଲେ ଦୟାଲ ଗଙ୍ଗଓ୍ବାର

ଭୁବନେଶ୍ୱର,୧୯ା୬: କ୍ରାଇମବ୍ରାଞ୍ଚ ରିପୋର୍ଟରେ ଏକ ବଡ଼ ଖୁଲାସା ହୋଇଛି। ବରିଷ୍ଠ ଆଇପିଏସ୍‌ ଦୟାଲ ଗଙ୍ଗଓ୍ବାର ପଦର ଅବବ୍ୟବହାର କରୁଥିଲେ। ଏପରିକି ଜଣେ କି ଦୁଇ ଜଣ ନୁହେଁ ସୌମ୍ୟରଞ୍ଜନ ସ୍ବାଇଁଙ୍କ ସମେତ ୮ରୁ ଅଧିକ କନଷ୍ଟେବଳ ତାଙ୍କ ଘରୋଇ କାର୍ଯ୍ୟରେ ନିୟୋଜିତ ଥିଲେ। କିଏ ରୋଷେଇ କରିଦେଉଥିଲା ତ ଆଉ କିଏ କୁକୁରର ଖବର ବୁଝୁଥିଲା। ସୌମ୍ୟଙ୍କୁ ମାନସିକ ନିର୍ଯାତନା ନେଇ ମା’ ବାପାଙ୍କ ଅଭିଯୋଗ ପରେ ତଦନ୍ତ ହୋଇଥିଲା। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଙ୍ଗଓ୍ବାରଙ୍କୁ ଗୁରୁବାର ଚାକିରିରୁ ନିଲମ୍ବନ କରିଥିଲେ।

ବାଲିଅନ୍ତା ଅଞ୍ଚଳର ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ଆଇପିଏସ୍‌ ଗଙ୍ଗୱାରଙ୍କ ନାମ ସାମ୍ନାକୁ ଆସିବା ପରେ ସେ ବିବାଦୀୟ ହୋଇପଡ଼ିଥିଲେ। ସୌମ୍ୟଙ୍କ ମୃତ୍ୟୁ ପାଇଁ ତାଙ୍କ ବାପା ଓ ମାଆ ସିଧାସଳଖ ଭାବେ ଏହି ଆଇପିଏସ ଅଧିକାରୀଙ୍କୁ ଦାୟୀ କରିଥିଲେ। ଉକ୍ତ ପୋଲିସ ଅଧିକାରୀ ସୌମ୍ୟଙ୍କୁ ଅତ୍ୟଧିକ ମାନସିକ ନିର୍ଯାତନା ଦେଉଥିଲେ, ଯାହା ଅସହ୍ୟ ହେବାରୁ ଏଭଳି ଅଘଟଣ ଘଟିଲା ବୋଲି ମୃତକଙ୍କ ପରିବାର ପକ୍ଷରୁ ଗୁରୁତର ଅଭିଯୋଗ ଆଣି ନ୍ୟାୟ ଦାବି କରାଯାଇଥିଲା।

ପରିବାର ଲୋକଙ୍କ ଅଭିଯୋଗ ଏବଂ ମାମଲାର ଗୁରୁତ୍ୱକୁ ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ପ୍ରାଥମିକ ତଥ୍ୟକୁ ଆଧାର କରି ମୁଖ୍ୟମନ୍ତ୍ରୀ ତୁରନ୍ତ ଗଙ୍ଗୱାରଙ୍କୁ ସସପେଣ୍ଡ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ସୂଚନାଯୋଗ୍ୟ, ଗଙ୍ଗଓ୍ବାର ହେଉଛନ୍ତି ୧୯୯୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର। ନିକଟରେ ଗୃହ ବିଭାଗର ଓଏସ୍‌ଡି ଭାବେ ତାଙ୍କ ବଦଳି ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯(ବନ୍ଦନା ସେଠୀ): ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?