କୋରାପୁଟର ଦୟାନିଧିଗୁଡ଼ା ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

କୋରାପୁଟ,୩୦ା୫(ସ୍ବ.ପ୍ର.): କୋରାପୁଟ ସଦର ଥାନା ଅଧୀନ ଦୟାନିଧିଗୁଡ଼ାରେ ଶନିବାର ଟ୍ରକ୍‌-ଅଟୋ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨ରେ ପହଞ୍ଚତ୍ଛି। ଘଟଣାସ୍ଥଳରେ ମୂଷାପୁଟ ଗ୍ରାମର ପିଙ୍କି ପ୍ରଧାନୀଙ୍କ ମୃତ୍ୟୁ ହୋଇଥିଲା। କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ସକାଳେ ବୁଟୁରୁଗୁଡା ଗ୍ରାମର ଲକ୍ଷ୍ମୀ ଭୋଇଙ୍କ ମୃତ୍ୟୁ ହୋଇଥିବା ମେଡିକାଲ ସୂତ୍ରରୁ ପ୍ରକାଶ। ଏବେ ମଧ୍ୟ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଅନ୍ୟ ୬ ଜଣ ଗୁରୁତରଙ୍କ ଚିକିତ୍ସା ଚାଲିଛି। ଆବଶ୍ୟକ ହେଲେ ଗୁରୁତରମାନଙ୍କୁ ବ୍ରହ୍ମପୁର ନଚେତ କଟକ ସ୍ଥାନାନ୍ତର କରାଯିବ ବୋଲି ମେଡିକାଲ ସୂତ୍ରରୁ ଜଣାଯାଇଛି। ରବିବାର କୋରାପୁଟ ଜିଲାପାଳ ଅବ୍‌ଦାଲ ଏମ୍‌. ଅକ୍‌ତର ଓ ଏସ୍‌ପି ବରୁଣ ଗୁଣ୍ଟୁପାଲି ମେଡିକାଲ ଯାଇ ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ସେମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ ସହାୟତା ଯୋଗାଇ ଦିଆଯିବ ବୋଲି ଜିଲାପାଳ କହିଛନ୍ତି। ମୃତକଙ୍କ ପରିବାରକୁ ରେଡକ୍ରସ୍‌ ପାଣ୍ଠିରୁ ୧୦ ହଜାର ଲେଖାଏ ଓ ହରିଶ୍ଚନ୍ଦ୍ର ଯୋଜନାରେ ୨ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଥିବା ଜିଲାପାଳ କହିଛନ୍ତି। ରେଡ୍‌କ୍ରସ ସହାୟତା ପ୍ରଦାନ ବେଳେ କୋରାପୁଟ ବିଧାୟକ ରଘୁରାମ ପଡାଲ ଓ କୋରାପୁଟ ବିଡିଓ ନରେନ୍ଦ୍ର ନାୟକ ଉପସ୍ଥିତ ଥିଲେ। ସେହିପରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ କରାଯିବା ନିମନ୍ତେ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ମୃତକଙ୍କ ପରିବାରକୁ ପ୍ରତିଶ୍ରୁତି ଦେଇଛନ୍ତି। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ର ଡ୍ରାଇଭର ଓ ହେଲପରଙ୍କୁ ପୋଲିସ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ରାମନବମୀ ଅବସରରେ ମୋଟର ସାଇକେଲ ରାଲିରେ ଦୁଇ ରାଜନୈତିକ ଦଳର ସମର୍ଥକ ଶ୍ରେୟ ନେବା ପ୍ରୟାସ

ପଟ୍ଟାଙ୍ଗି,୧୭।୦୪(ଶରତ ଧଳ)ସାରା ରାଜ୍ୟରେ ରାମନବମୀକୁ ନେଇ ରାମ ଓ ହନୁମାନ ମନ୍ଦିର ମାନଙ୍କରେ ଉତ୍ସବ ମୁଖର ହୋଇ ଉଠିଥିବାବେଳେ ଯୁବ ଗୋଷ୍ଠୀଙ୍କ କ୍ଷେତ୍ରରରେ ଏହାକୁ ନେଇ...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ...

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ମେଡିକାଲ ଆସୁଥିବା ବେଳେ ବାଇକ୍‌ଆରୋହୀଙ୍କୁ ଚାପିଦେଲା ବାଲି ବୋଝେଇ ଟିପ୍ପର

କୋରାପୁଟ,୧୫ା୪: କୋରାପୁଟ ଜିଲା ୨୬ ନମ୍ବର ଜାତୀୟ ରାଜପଥ ମୃର୍ତ୍ତିକା ସଂରକ୍ଷଣ କଲୋନୀ ନିକଟରେ ରବିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri