କୋରାପୁଟର ଦୟାନିଧିଗୁଡ଼ା ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

କୋରାପୁଟ,୩୦ା୫(ସ୍ବ.ପ୍ର.): କୋରାପୁଟ ସଦର ଥାନା ଅଧୀନ ଦୟାନିଧିଗୁଡ଼ାରେ ଶନିବାର ଟ୍ରକ୍‌-ଅଟୋ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨ରେ ପହଞ୍ଚତ୍ଛି। ଘଟଣାସ୍ଥଳରେ ମୂଷାପୁଟ ଗ୍ରାମର ପିଙ୍କି ପ୍ରଧାନୀଙ୍କ ମୃତ୍ୟୁ ହୋଇଥିଲା। କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ସକାଳେ ବୁଟୁରୁଗୁଡା ଗ୍ରାମର ଲକ୍ଷ୍ମୀ ଭୋଇଙ୍କ ମୃତ୍ୟୁ ହୋଇଥିବା ମେଡିକାଲ ସୂତ୍ରରୁ ପ୍ରକାଶ। ଏବେ ମଧ୍ୟ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଅନ୍ୟ ୬ ଜଣ ଗୁରୁତରଙ୍କ ଚିକିତ୍ସା ଚାଲିଛି। ଆବଶ୍ୟକ ହେଲେ ଗୁରୁତରମାନଙ୍କୁ ବ୍ରହ୍ମପୁର ନଚେତ କଟକ ସ୍ଥାନାନ୍ତର କରାଯିବ ବୋଲି ମେଡିକାଲ ସୂତ୍ରରୁ ଜଣାଯାଇଛି। ରବିବାର କୋରାପୁଟ ଜିଲାପାଳ ଅବ୍‌ଦାଲ ଏମ୍‌. ଅକ୍‌ତର ଓ ଏସ୍‌ପି ବରୁଣ ଗୁଣ୍ଟୁପାଲି ମେଡିକାଲ ଯାଇ ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ସେମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ ସହାୟତା ଯୋଗାଇ ଦିଆଯିବ ବୋଲି ଜିଲାପାଳ କହିଛନ୍ତି। ମୃତକଙ୍କ ପରିବାରକୁ ରେଡକ୍ରସ୍‌ ପାଣ୍ଠିରୁ ୧୦ ହଜାର ଲେଖାଏ ଓ ହରିଶ୍ଚନ୍ଦ୍ର ଯୋଜନାରେ ୨ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଥିବା ଜିଲାପାଳ କହିଛନ୍ତି। ରେଡ୍‌କ୍ରସ ସହାୟତା ପ୍ରଦାନ ବେଳେ କୋରାପୁଟ ବିଧାୟକ ରଘୁରାମ ପଡାଲ ଓ କୋରାପୁଟ ବିଡିଓ ନରେନ୍ଦ୍ର ନାୟକ ଉପସ୍ଥିତ ଥିଲେ। ସେହିପରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ କରାଯିବା ନିମନ୍ତେ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ମୃତକଙ୍କ ପରିବାରକୁ ପ୍ରତିଶ୍ରୁତି ଦେଇଛନ୍ତି। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ର ଡ୍ରାଇଭର ଓ ହେଲପରଙ୍କୁ ପୋଲିସ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

ଶିକ୍ଷକଙ୍କ ଦୁଇମାସର ଦରମା ଅଟକିଥିଲା, ଦାବି ଜଣାଇବାକୁ ପହଞ୍ଚିବା ବେଳେ ଆକାଉଣ୍ଟରେ ଚଢ଼ିଲା ଟଙ୍କା! ଉଠିଲା ପ୍ରଶ୍ନ

ପଟ୍ଟାଙ୍ଗି,୭।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ କାର୍ଯ୍ୟାଳୟ ସମୁଖରେ ରହିଥିବା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଏକ୍ସ୍ କ୍ୟାଡର ଶିକ୍ଷୟିତ୍ରୀ ଶିକ୍ଷକ ପହଞ୍ଚି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?