Posted inଜାତୀୟ

ବସନ୍ତ ପଞ୍ଚମୀ ଅମୃତ ସ୍ନାନ ପାଇଁ ମହାକୁମ୍ଭରେ ବ୍ୟାପକ ପ୍ରସ୍ତୁତି: ହାଇ ଆଲର୍ଟରେ ମେଡିକାଲ ଟିମ୍‌

ପ୍ରୟାଗରାଜ/ମହାକୁମ୍ଭ ନଗର,୨।୨: ଉତ୍ତରପ୍ରଦେଶର ପ୍ରୟାଗରାଜ ମହାକୁମ୍ଭରେ ଗତ ମାସ ୨୯ ତାରିଖ ମୌନି ଅମାବାସ୍ୟା ଅମୃତ ସ୍ନାନ ବେଳେ ଦଳାଚକଟା ଘଟି ୩୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିବା ସହ ଅନେକେ ଆହତ ହୋଇଥିଲେ।

ସୋମବାର ବସନ୍ତ ପଞ୍ଚମୀ ଶାହି ସ୍ନାନ ପଡ଼ୁଥିବାରୁ ଆୟୋଜନରେ ଯେପରି ସାମାନ୍ୟ ତ୍ରୁଟି ନ ରହେ, ତାହା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରୟାଗରାଜରେ ଶନିବାର ଅନୁଷ୍ଠିତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ, ପାରମ୍ପରିକ ଭବ୍ୟ ଶୋଭାଯାତ୍ରା ଏବଂ ଆଖଡ଼ା ପାଇଁ ସମୟସୀମା ମଧ୍ୟରେ ସମସ୍ତ ଆବଶ୍ୟକ ପ୍ରସ୍ତୁତି ଶେଷ ହେବା ଜରୁରୀ।

ମୁଖ୍ୟମନ୍ତ୍ରୀ ସୁରକ୍ଷା ପ୍ରତି ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି। ପାର୍କିଂ ସ୍ଥାନ ବଢ଼ାଇବା ସହ ଶ୍ରଦ୍ଧାଳୁମାନଙ୍କ ଚାଲିବା ଯଥାସମ୍ଭବ କମ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପବିତ୍ର ବୁଡ଼ ବେଳେ କୌଣସି ଭିଆଇପି ପ୍ରୋଟୋକଲ ରହିବ ନାହିଁ। ପ୍ରୟାଗରାଜ ଡିଭିଜନର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ପୂର୍ଣ୍ଣ ସଜାଗ ରଖାଯାଇଛି।

ସମଗ୍ର ମହାକୁମ୍ଭ ନଗର ଏବଂ ଡିଭିଜନ୍‌ର ଡାକ୍ତରମାନଙ୍କୁ କୋଟି କୋଟି ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବସନ୍ତ ପଞ୍ଚମୀରେ କୁମ୍ଭମେଳାର ତୃତୀୟ ତଥା ଶେଷ ଅମୃତ ସ୍ନାନ ହୋଇଥାଏ। ଏହା ପରେ ଫେବୃଆରୀ ୧୨ ମାଘ ପୂର୍ଣ୍ଣିମା ଏବଂ ୨୬ ତାରିଖ ମହାଶିବରାତ୍ରୀରେ ଆଉ ଦୁଇଟି ସ୍ବତନ୍ତ୍ର ସ୍ନାନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri