ଶହେ ତମ ଜନ୍ମଦିନ ପୂର୍ବରୁ AIIMS-ଭୁବନେଶ୍ୱରକୁ ୩.୪ କୋଟି ଟଙ୍କା ଦାନ କଲେ ଡାକ୍ତର ଲକ୍ଷ୍ମୀ ବାଇ

ଭୁବନେଶ୍ୱର,୧।୧୨: ଆସନ୍ତା ଡିସେମ୍ବର ୫ ତାରିଖରେ ଶହେ ବର୍ଷରେ ପାଦ ଦେବା ପୂର୍ବରୁ ଓଡ଼ିଶାର ଜଣାଶୁଣା ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର କେ. ଲକ୍ଷ୍ମୀ ବାଇ ତାଙ୍କ ଜୀବନ ବ୍ୟାପୀ ସଞ୍ଚୟରୁ ୩.୪ କୋଟି ଟଙ୍କା AIIMS-ଭୁବନେଶ୍ୱରକୁ ଦାନ କରିଛନ୍ତି। ମହିଳାଙ୍କ କର୍କଟ ରୋଗ ଚିକିତ୍ସା ସେବାକୁ ସୁଦୃଢ଼ କରିବା ପାଇଁ ସେ ଏହି ଅର୍ଥ ଦାନ କରିଛନ୍ତି।

ଏହି ଅନୁଦାନ AIIMS-ଭୁବନେଶ୍ୱରରେ ଏକ ସ୍ୱତନ୍ତ୍ର ‘ଗାଇନୋକୋଲୋଜିକାଲ୍ ଅଙ୍କୋଲୋଜି ପ୍ରୋଗ୍ରାମ୍’ ସ୍ଥାପନ କରିବାରେ ସାହାଯ୍ୟ କରିବ ବୋଲି ଡାକ୍ତର ଲକ୍ଷ୍ମୀ ଆଶା ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକ୍ରମ ଭବିଷ୍ୟତର ବିଶେଷଜ୍ଞମାନଙ୍କୁ ତାଲିମ ଦେବା ସହ କର୍କଟ ସହ ଲଢ଼ୁଥିବା ମହିଳାଙ୍କ ପାଇଁ ଉନ୍ନତ ଚିକିତ୍ସା ବିକଳ୍ପ ଯୋଗାଇବ।

ପଚାଶ ବର୍ଷରୁ ଅଧିକ ସମୟ ଧରି ସେ ଓଡ଼ିଶାର ମହିଳାମାନଙ୍କୁ ସୁଲଭ ସ୍ୱାସ୍ଥ୍ୟସେବା ଯୋଗାଇବାରେ ଅନବଦ୍ୟ ଯୋଗଦାନ ଦେଇଛନ୍ତି। ସେ ଡିସେମ୍ବର ୫, ୧୯୨୬ରେ ଜନ୍ମଗ୍ରହଣ କରିଥିଲେ ଏବଂ ୧୯୪୫ ବ୍ୟାଚ୍‌ରେ SCB ମେଡିକାଲ୍ କଲେଜର ପ୍ରଥମ MBBS ବ୍ୟାଚ୍‌ର ଛାତ୍ରୀ ଥିଲେ। ୧୯୫୦ରେ ଡାକ୍ତରୀ ଡିଗ୍ରୀ ହାସଲ ପରେ ସେ ମାଡ୍ରାସ ମେଡିକାଲ୍ କଲେଜରୁ ପ୍ରସୂତି ଏବଂ ସ୍ତ୍ରୀ ରୋଗରେ DGO ଏବଂ MD ଡିଗ୍ରୀ ହାସଲ କରିଥିଲେ। ସେ ଆମେରିକାର ଜନ୍ସ ହପକିନ୍ସ ହସ୍ପିଟାଲ୍‌ରୁ MPH ଡିଗ୍ରୀ ମଧ୍ୟ ଲାଭ କରିଥିଲେ।

୧୯୫୦ରେ ସୁନ୍ଦରଗଡ଼ ସରକାରୀ ଡାକ୍ତରଖାନାରୁ ତାଙ୍କର ବୃତ୍ତିଗତ ଯାତ୍ରା ଆରମ୍ଭ ହୋଇଥିଲା ଏବଂ ସେ ୧୯୮୬ରେ MKCG ମେଡିକାଲ୍ କଲେଜ, ବ୍ରହ୍ମପୁରରୁ ପ୍ରସୂତି ଏବଂ ସ୍ତ୍ରୀ ରୋଗ ବିଭାଗର ପ୍ରଫେସର ଭାବରେ ଅବସର ନେଇଥିଲେ। ତାଙ୍କୁ ଲେଡି ଏମିନେନ୍ସ ଅଫ୍ ସାଉଥ୍ ଓଡ଼ିଶା, ଭାରତ ଜ୍ୟୋତି ପୁରସ୍କାର, ଇଣ୍ଟରନ୍ୟାସନାଲ୍ ଫ୍ରେଣ୍ଡସିପ୍ ସୋସାଇଟି ସ୍ୱୀକୃତି ଏବଂ ଶ୍ରେଷ୍ଠ ଭାରତୀୟ ନାଗରିକ ପୁରସ୍କାର ସମେତ ଅନେକ ସମ୍ମାନରେ ସମ୍ମାନିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri