Posted inଖେଳ

ଦିଲ୍ଲୀ ବୋଲରଙ୍କ ଚମତ୍କାର ବୋଲିଂ: ୧୧୫ ରନ୍‌ରେ ପଞ୍ଜାବ ଅଲ୍‌ଆଉଟ୍‌

ମୁମ୍ବାଇ,୨୦।୪: ଆଇପିଏଲ ୨୦୨୨ର ୩୨ତମ ମ୍ୟାଚରେ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସିି) ଏବଂ ପଞ୍ଜାବ କିଙ୍ଗସ (ପିବିକେଏସ) ମଧ୍ୟରେ ଖେଳାଯାଉଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ପଞ୍ଜାବ ୨୦ ଓଭରରେ ୧୧୫ ରନ୍‌ରେ ଅଲ୍‌ଆଉଟ୍‌ ହୋଇଯାଇଛି। ଫଳରେ ଦିଲ୍ଲୀ ସାମ୍ନାରେ ୧୧୬ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି ପଞ୍ଜାବ। ଦଳ ପକ୍ଷରୁ ଜିତେଶ ଶର୍ମା ସର୍ବାଧିକ ୩୨ ରନ୍‌ର ପାଳି ଖେଳିଥିବାବେଳେ ଅଧିନାୟକ ମୟଙ୍କ ଅଗ୍ରଓ୍ବାଲ ୨୪ ରନ୍‌ କରିଥିଲେ। ସେହିପରି ଶାହାରୁଖ ଖାନ୍‌, ରାହୁଲ ଚହର ଯଥାକ୍ରମେ ୧୨-୧୨ ରନ ସ୍କୋର କରିଥିଲେ। ଏହି ୪ ବ୍ୟାଟ୍ସମ୍ୟାନ୍‌ଙ୍କୁ ଛାଡି ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ୍‌ ଦୁଇ ଅଙ୍କ ବିଶିଷ୍ଟ ସ୍କୋର କରିପାରି ନ ଥିଲେ। ଦିଲ୍ଲୀ ପକ୍ଷରୁ ଖଲିଲ ଅହମ୍ମଦ, ଲଳିତ ଯାଦବ, ଅକ୍ଷର ପଟେ, କୂଳଦୀପ ଯାଦବ ୨ଟି ଲେଖାଏ ଉଇକେଟ୍‌ ନେଇଥିବାବେଳେ ମୁସ୍ତାଫିଜୁର ରେହମାନ ଗୋଟିଏ ଉଇକେଟ୍‌ ନେଇଥିଲେ।
ଦିଲ୍ଲୀ କ୍ୟାପିଟାଲ୍ସ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। କରୋନା ସଂକ୍ରମିତ ମିସେଲ ମାର୍ଶଙ୍କ ସ୍ଥାନରେ ସରଫରାଜ ଖାନଙ୍କୁ ଦିଲ୍ଲୀ ଦଳରେ ସାମିଲ କରାଯାଇଥିଲା। ଅନ୍ୟପକ୍ଷରେ ପଞ୍ଜାବ କିଙ୍ଗ୍ସ ଦୁଇଟି ପରିବର୍ତ୍ତନ କରିଥିଲା। ପ୍ରଭାଶିମରନ୍‌ ସିଂ ଏବଂ ଓଡିଅନ ସ୍ମିଥ ବାଦ୍‌ ଦିଆଯାଇଥିଲା। ପଞ୍ଜାବ ଅଧିନାୟକ ମୟଙ୍କ ଅଗ୍ରୱାଲ ମ୍ୟାଚ୍‌କୁ ଫେରି ଆସିଥିଲେ। ନାଥନ ଏଲିସଙ୍କ ଚଳିତ ସିଜିନ୍‌ରେ ପ୍ରଥମ ଥର ପାଇଁ ଏକ ସୁଯୋଗ ଦିଆଯାଇଛି। ମ୍ୟାଚ୍‌ ପୂର୍ବରୁ ଦିଲ୍ଲୀ କ୍ୟାପଟାଲ୍ସ ଦଳର ମାର୍ଶ କରୋନା ଆକ୍ରାନ୍ତ ହେବାପରେ ଆଜିର ମ୍ୟାଚ୍‌ ହେବା ନେଇ ସସ୍‌ପେନ୍ସ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri