Posted inଖେଳ

ଦିଲ୍ଲୀ ବୋଲରଙ୍କ ଚମତ୍କାର ବୋଲିଂ: ୧୧୫ ରନ୍‌ରେ ପଞ୍ଜାବ ଅଲ୍‌ଆଉଟ୍‌

ମୁମ୍ବାଇ,୨୦।୪: ଆଇପିଏଲ ୨୦୨୨ର ୩୨ତମ ମ୍ୟାଚରେ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସିି) ଏବଂ ପଞ୍ଜାବ କିଙ୍ଗସ (ପିବିକେଏସ) ମଧ୍ୟରେ ଖେଳାଯାଉଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ପଞ୍ଜାବ ୨୦ ଓଭରରେ ୧୧୫ ରନ୍‌ରେ ଅଲ୍‌ଆଉଟ୍‌ ହୋଇଯାଇଛି। ଫଳରେ ଦିଲ୍ଲୀ ସାମ୍ନାରେ ୧୧୬ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି ପଞ୍ଜାବ। ଦଳ ପକ୍ଷରୁ ଜିତେଶ ଶର୍ମା ସର୍ବାଧିକ ୩୨ ରନ୍‌ର ପାଳି ଖେଳିଥିବାବେଳେ ଅଧିନାୟକ ମୟଙ୍କ ଅଗ୍ରଓ୍ବାଲ ୨୪ ରନ୍‌ କରିଥିଲେ। ସେହିପରି ଶାହାରୁଖ ଖାନ୍‌, ରାହୁଲ ଚହର ଯଥାକ୍ରମେ ୧୨-୧୨ ରନ ସ୍କୋର କରିଥିଲେ। ଏହି ୪ ବ୍ୟାଟ୍ସମ୍ୟାନ୍‌ଙ୍କୁ ଛାଡି ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ୍‌ ଦୁଇ ଅଙ୍କ ବିଶିଷ୍ଟ ସ୍କୋର କରିପାରି ନ ଥିଲେ। ଦିଲ୍ଲୀ ପକ୍ଷରୁ ଖଲିଲ ଅହମ୍ମଦ, ଲଳିତ ଯାଦବ, ଅକ୍ଷର ପଟେ, କୂଳଦୀପ ଯାଦବ ୨ଟି ଲେଖାଏ ଉଇକେଟ୍‌ ନେଇଥିବାବେଳେ ମୁସ୍ତାଫିଜୁର ରେହମାନ ଗୋଟିଏ ଉଇକେଟ୍‌ ନେଇଥିଲେ।
ଦିଲ୍ଲୀ କ୍ୟାପିଟାଲ୍ସ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। କରୋନା ସଂକ୍ରମିତ ମିସେଲ ମାର୍ଶଙ୍କ ସ୍ଥାନରେ ସରଫରାଜ ଖାନଙ୍କୁ ଦିଲ୍ଲୀ ଦଳରେ ସାମିଲ କରାଯାଇଥିଲା। ଅନ୍ୟପକ୍ଷରେ ପଞ୍ଜାବ କିଙ୍ଗ୍ସ ଦୁଇଟି ପରିବର୍ତ୍ତନ କରିଥିଲା। ପ୍ରଭାଶିମରନ୍‌ ସିଂ ଏବଂ ଓଡିଅନ ସ୍ମିଥ ବାଦ୍‌ ଦିଆଯାଇଥିଲା। ପଞ୍ଜାବ ଅଧିନାୟକ ମୟଙ୍କ ଅଗ୍ରୱାଲ ମ୍ୟାଚ୍‌କୁ ଫେରି ଆସିଥିଲେ। ନାଥନ ଏଲିସଙ୍କ ଚଳିତ ସିଜିନ୍‌ରେ ପ୍ରଥମ ଥର ପାଇଁ ଏକ ସୁଯୋଗ ଦିଆଯାଇଛି। ମ୍ୟାଚ୍‌ ପୂର୍ବରୁ ଦିଲ୍ଲୀ କ୍ୟାପଟାଲ୍ସ ଦଳର ମାର୍ଶ କରୋନା ଆକ୍ରାନ୍ତ ହେବାପରେ ଆଜିର ମ୍ୟାଚ୍‌ ହେବା ନେଇ ସସ୍‌ପେନ୍ସ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri