Posted inଖେଳ

ପନ୍ତଙ୍କ ମୁଣ୍ଡ ଥାପୁଡେଇଲେ କୋହଲି, ଜାଣନ୍ତୁ କାହିଁକି

ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନରେ ମଙ୍ଗଳବାର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଏକ ରୋମାଞ୍ଚକର ମ୍ୟାଚ ହୋଇଥିଲା। ଏହି ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିଲା ଯେଉଁଥିରେ ଆରସିବି ଦିଲ୍ଲୀକୁ ୧ ରନ୍‌ରେ ପରାସ୍ତ କରିଥିଲା। ଦିଲ୍ଲୀ ଅଧିନାୟକ ରିଷଭ ପନ୍ତ ଏବଂ ଶିମ୍‌ରେନ୍‌ ହେଟମିୟରଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ସେମାନେ ଟାର୍ଗେଟକୁ ପିଛାବାରେ ମାତ୍ର ଗୋଟିଏ ରନ ପଛରେ ପଡିଯାଇଥିଲେ। ମ୍ୟାଚ ଶେଷରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ବିରାଟ କୋହଲି ରିଷଭ ପନ୍ତଙ୍କ ମୁଣ୍ଡକୁ ଥାପୁଡେଇ ନିଜ ସାନ୍ତ୍ୱନା ପ୍ରଦର୍ଶନ କରିଥିଲେ।
ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୪୨ ଟି ବଲରେ ଏବି ଡି ଭିଲିୟର୍ସ ୭୫ ରନର ଚମତ୍କାର ଇନିଂସ ଖେଳିଥିଲେ, ଫଳରେ ଆରସିବି ୧୭୧ ରନ ସ୍କୋର କରିଥିଲା। ଏହାର ଜବାବରେ ଦିଲ୍ଲୀ ୧୭୦ ରନ୍‌ କରିବାରେ ସମର୍ଥ ହୋଇଥିଲା। ହାରିବା ପରେ ପନ୍ତ ବେଶ୍‌ ନିରାଶ ଦେଖାଯାଉଥିଲେ। ତାଙ୍କୁ ସାନ୍ତ୍ୱନା ଦେଇ କୋହଲି ମୁଣ୍ଡ ଥାପୁଡାଇବା ସହ ତାଙ୍କୁ ବୁଝାଇଥିଲେ। ଏହି ମ୍ୟାଚ୍‌ରେ ଶିମ୍‌ରେନ ହେଟମିୟର ୨୫ଟି ବଲରେ ୫୨ ରନ ସଂଗ୍ରହ କରିଥିବାବେଳେ ରିଷଭ ପନ୍ତ ୪୮ଟି ବଲରେ ୫୮ ରନ ସଂଗ୍ରହ କରି ଦିଲ୍ଲୀ କ୍ୟାପିଟାଲ୍ସ ସ୍କୋର ୧୭୦ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୯ ଘଣ୍ଟା ହେବ ବିଦ୍ୟୁତ୍‌ କାଟ: ଏହି ଦିନ ସକାଳ ୮ଟାରୁ କଟିଯିବ….

ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ଭଟଲି ଏବଂ ଘେଁସ ଗ୍ରୀଡ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ...

ଶୀତରେ ଥରୁଛି ଖଜୁରିପଡ଼ା: ତାପମାନ ଯନ୍ତ୍ର ବସାଇବାକୁ ଦାବି

ଖଜୁରିପଡ଼ା, ୧୫ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ୍‌ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର ପ୍ରଭାବ ବେଶୀ ଅନୁଭୂତ ହେଉଛି।...

ସ୍ବାମୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରୁଥିଲେ ସ୍ତ୍ରୀ… ଜଣାପଡ଼ିବା ପରେ ଘଟିଗଲା ଏମିତି

ନୂଆଦିଲ୍ଲୀ,୧୫।୧୨: ମହିଳାଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ଭାଇରାଲ ଏକ ସାଧାରଣ ଘଟଣା। କିନ୍ତୁ ଗାଜିପୁରର ମହମ୍ମଦାବାଦରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଅଶ୍ଳୀଳ ଫଟୋ...

ଶେଫାଳି ବର୍ମା ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୧୫ା୧୨: ଭାରତ ଓପନର ଶେଫାଳି ବର୍ମା ନଭେମ୍ୱର ମାସ ପାଇଁ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ ହୋଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ସେମିଫାଇନାଲରେ...

New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ...

ମେସିଙ୍କ କ୍ରିକେଟ୍‌ କ୍ରେଜ୍‌: ବଡ଼ ଉପହାର ଦେଲେ ଜୟ ଶାହା

ନୂଆଦିଲ୍ଲୀ, ୧୫।୧୨: ଆର୍ଜେଣ୍ଟିନାର ଷ୍ଟାର ଫୁଟବଲ ଖେଳାଳି ଲିଓନେଲ ମେସି ତାଙ୍କ ଗୋଟ ଇଣ୍ଡିଆ ଟୁର୍‌ର ତୃତୀୟ ଦିନରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀର...

ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ...

ବଏ ଫ୍ରେଣ୍ଡ ରୁମରୁ ମିଳିଲା ମହିଳାଙ୍କ ମୃତଦେହ! ପରିବାର ପକ୍ଷରୁ ହତ୍ୟା ଅଭିଯୋଗ

କେନ୍ଦ୍ରାପଡ଼ା,୧୫।୧୨: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁରସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଏକ ନୂଆ ମୋଡ଼ ନେଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri