Posted inଖେଳ

DC vs RR: ସୁପର ଓଭରର ରୋମାଞ୍ଚରେ ଜିତିଲା ଦିଲ୍ଲୀ, ଟ୍ରିଷ୍ଟାନ ଷ୍ଟବସ୍ ଛକା ମାରି ଜିତାଇଲେ…

ନୂଆଦିଲ୍ଲୀ,୧୭ା୪: ଚଳିତ ଆଇପିଏଲ୍‌ରେ ବୁଧବାର ଖେଳାଯାଇଥିବା ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଓ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ବ୍ୟାଟିଂ କରିଥିବା ଦିଲ୍ଲୀ ପ୍ରତିପକ୍ଷ ରାଜସ୍ଥାନ ଆଗରେ ୧୮୯ ରନର ଟାର୍ଗେଟ ଧାର୍ଯ୍ୟ କରିଛି। ଏହା ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ୫ ମ୍ୟାଚରୁ ୪ଟିରେ ବିଜୟ ହାସଲ କରି ସାରିଛି। ଫଳରେ ଏହି ଦଳ ପଏଣ୍ଟ ଟେବୁଲର ଦ୍ୱିତୀୟ ସ୍ଥାନରେ ରହିଛି। ଅନ୍ୟପକ୍ଷରେ ରାଜସ୍ଥାନ ରୟାଲ୍ସ ୬ ମ୍ୟାଚ ଖେଳିଥିବାବେଳେ ୪ଟିରେ ପରାଜିତ ହୋଇ ସଂଘର୍ଷ କରୁଛି। ତେଣୁ ଏହି ମ୍ୟାଚ ରାଜସ୍ଥାନ ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇଛି।

ରାଜସ୍ଥାନ ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀକୁ ଜେକ ଫ୍ରେଜର-ମ୍ୟାକଗର୍କ ଓ ଅଭିଷେକ ପୋରେଲ ବିସ୍ଫୋରକ ଆରମ୍ଭ ଦେଇଥିଲେ। ଦୁହେଁ ୨.୩ ଓଭରରେ ୩୪ ରନ ଯୋଡ଼ିଥିଲେ। ମ୍ୟାକଗର୍କ (୯) ପ୍ରଥମ ବ୍ୟାଟର ଭାବେ ଆଉଟ୍‌ ହୋଇଥିବାବେଳେ ଗତ ମ୍ୟାଚରେ ବିସ୍ଫୋରକ ଅର୍ଦ୍ଧଶତକ ସହ ଆଇପିଏଲ୍‌କୁ ପ୍ରତ୍ୟାବର୍ତ୍ତନ କରିଥିବା କରୁନ ନାୟକ ଦୁର୍ଭାଗ୍ୟବଶତଃ ଖାତା ଖୋଲିବା ପୂର୍ବରୁ ରନଆଉଟ୍‌ ହୋଇଥିଲେ। ଏହାପରେ ପୋରେଲ ଓ ଲୋକେଶ ରାହୁଲ ତୃତୀୟ ଉଇକେଟରେ ୬୩ ରନ ଯୋଡ଼ିଥିଲେ। ଦୁଇ ସେଟ୍‌ ବ୍ୟାଟର କ୍ରମାଗତ ବ୍ୟବଧାନରେ ଆଉଟ୍‌ ହୋଇଥିଲେ। ରାହୁଲ ୨ ଲେଖାଏ ଚୌକା ଓ ଛକା ସହିତ ୩୮ ଏବଂ ପୋରେଲ ୫ ଚୌକା ଓ ୧ ଛକା ସହିତ ୪୯ ରନ କରି ପାଭିଲିଅନ ଫେରିଥିଲେ। ଅଧିନାୟକ ଅକ୍ଷର ପଟେଲ ୧୪ ବଲରେ ୪ ଚୌକା ଓ ୨ ଛକା ସହିତ ୩୪ ରନ କରି ଆଉଟ୍‌ ହୋଇଥିଲେ। ଶେଷ ଆଡ଼କୁ ଟ୍ରିସ୍ତାନ ଷ୍ଟବ୍ସ ୧୮ ବଲରେ ୨ ଲେଖାଏ ଚୌକା ଓ ଛକା ସହିତ ୩୪ ଏବଂ ଆଶୁତୋଷ ଶର୍ମା ୨ ଚୌକା ସହିତ ୧୫ ରନ କରି ଅପରାଜିତ ରହିଥିଲେ। ଫଳରେ ଦିଲ୍ଲୀ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୮୮ ରନ କରିବାକୁ ସକ୍ଷମ ହୋଇଥିଲା। ରାଜସ୍ଥାନ ପକ୍ଷରୁ ଜୋଫ୍ରା ଆର୍ଚ୍ଚର ଦୁଇ ଉଇକେଟ ନେଇଥିବା ବେଳେ ମହିଶ ଥିକ୍ଷଣା ଓ ଓ୍ବାନିନ୍ଦୁ ହାସାରଙ୍ଗା ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ।
ସଂକ୍ଷିପ୍ତ ସ୍କୋର
ଦିଲ୍ଲୀ କ୍ୟାପିଟାଲ୍ସ: ୨୦ ଓଭରରେ ୧୮୮/୫ (ଅଭିଷେକ ପୋରେଲ-୪୯, ଲୋକେଶ ରାହୁଲ-୩୮, ଅକ୍ଷର ପଟେଲ-୩୪, ଟ୍ରିସ୍ତାନ ଷ୍ଟବ୍ସ-୩୪*, ଜୋଫ୍ରା ଆର୍ଚ୍ଚର-୨/୩୨, ଓ୍ବାନିନ୍ଦୁ ହସରଙ୍ଗା-୧/୩୮)।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri