Posted inଖେଳ

କୂଳଦୀପଙ୍କ ଚମତ୍କାର ବୋଲିଂ: ହାରିଲା କୋଲକତା

କୋଲକତା,୧୦।୪:ଆଇପିଏଲ୍‌ ୨୦୨୨ରେ ରବିବାର ଦିଲ୍ଲୀ କ୍ୟାପିଟାଲ୍ସ ୪୪ ରନ୍‌ରେ କୋଲକାତା ନାଇଟ ରାଇଡର୍ସକୁ ପରାସ୍ତ କରିଛି। ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଏକ ମ୍ୟାଚ୍‌ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ୨୧୬ ରନ୍‌ର ବିଶାଳ ଲକ୍ଷ୍ୟକୁ ପିଛା କରି କୋଲକତା ୧୭୧ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଶ୍ରେୟାସ ଆୟାର୍‌(୫୪) ଏବଂ ନୀତିଶ ରାଣା(୩୦)ଙ୍କୁ ଛାଡି ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ୍‌ କ୍ରିଜ୍‌ରେ ତିଷ୍ଠି ପାରି ନ ଥିଲେ।
ଦିଲ୍ଲୀ ପକ୍ଷରୁ କୂଳଦୀପ ଯାଦବ ଚମତ୍କାର ବୋଲିଂ କରି ୪ଟି ଉଇକେଟ୍‌ ନେଇଥିବାବେଳେ ଖଲିଲ ଅହମ୍ମଦ ୩ଟି, ଶାଦ୍ଦୁଳ ଠାକୁର ୨ଟି, ଲଳିତ ଯାଦବ ଗୋଟିଏ ଉଇକେଟ୍‌ ନେଇଥିଲେ।
ଏହି ମ୍ୟାଚ୍‌ରେ ଦିଲ୍ଲୀ ପ୍ରଥମେ ବ୍ୟାଟିଂ କରି କୋଲକତାକୁ ୨୧୬ ରନ୍‌ର ବିଜୟ ଲକ୍ଷ୍ୟ ଦେଇଥିଲା। ଡେଭିଡ ଓ୍ବାର୍ନର(୬୧) ଏବଂ ପୃଥ୍ବୀ ଶ’(୫୧)ଙ୍କ ଅର୍ଦ୍ଧଶତକ ଏବଂ ଅକ୍ଷର ପଟେଲ(୨୨), ଶାର୍ଦ୍ଦୁଳ ଠାକୁର(୨୯)ଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଦିଲ୍ଲୀ ନିଦର୍ଦ୍ଧାରିତ ଓଭରରେ ୫ ଉଇକେଟ୍‌ ହରାଇ ୨୧୫ ରନ୍‌ କରିଥିଲା। କୋଲକତା ପକ୍ଷରୁ ସୁନୀଲ ନାରିନ ୨ ଉଇକେଟ୍‌ ନେଇଥିବାବେଳେ ଉମେଶ ଯାଦବ, ଆନ୍ଦ୍ରେ ରଶେଲ ଏବଂ ବରୁଣ ଚକ୍ରବର୍ତ୍ତୀ ଗୋଟିଏ ଲେଖାଏ ଉଇକେଟ୍‌ ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri