Posted inଜାତୀୟ

ଯନ୍ତ୍ରଣା ଉପଶମ ଔଷଧ ଉତ୍ପାଦନ, ରପ୍ତାନି ବନ୍ଦ ପାଇଁ ଡିସିଜିଆଇ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୪।୨(ପି.ଟି.): ପଶ୍ଚିମ ଆଫ୍ରିକୀୟ ଦେଶଗୁଡ଼ିକୁ ରପ୍ତାନି ହେଉଥିବା ଯନ୍ତ୍ରଣା ଉପଶମକାରୀ ଔଷଧରେ ଅଣଅନୁମୋଦିତ କମ୍ବିିନେଶନ (ମିଶ୍ରଣ) ଯୋଗୁ ସେଠାରେ ଓପିଓଇଡ୍‌ ସଙ୍କଟ ବଢ଼ାଉଥିବା ଖବର ପ୍ରକାଶ ପାଇଥିଲା। ଫଳରେ ଟାପେଣ୍ଟାଡୋଲ୍‌ ଏବଂ କାରିସୋପ୍ରୋଡୋଲ୍‌ ଔଷଧର ସମସ୍ତ କମ୍ବିନେଶନର ଉତ୍ପାଦନ ଓ ରପ୍ତାନିକୁ ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ) ବନ୍ଦ କରିଛନ୍ତି। ସମସ୍ତ ରପ୍ତାନି ଫେରାଇଆଣିବା ସହ ୨ ଔଷଧର ମିଳିତ ଉତ୍ପାଦନ ପାଇଁ ଅନୁମତି ପ୍ରତ୍ୟାହାର କରିନେବାକୁ ଡିସିଜିଆଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ଔଷଧ ନିୟନ୍ତ୍ରକ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଟାପେଣ୍ଟାଡୋଲ ହେଉଛି ଏକ ଓପିଓଇଡ୍‌ ଔଷଧ, ଯାହା ସାଧାରଣରୁ ଅତ୍ୟଧିକ ଯନ୍ତ୍ରଣା ଉପଶମ ପାଇଁ ବ୍ୟବହାର କରାଯାଇଥାଏ। ସେହିପରି ମାଂସପେଶୀ ବିନ୍ଧାର ଉପଶମ ପାଇଁ କାରିସୋପ୍ରୋଡୋଲ ବ୍ୟବହୃତ ହୁଏ। ଉଭୟ ଔଷଧକୁ କେନ୍ଦ୍ରୀୟ ଔଷଧ ମାନ ନିୟନ୍ତ୍ରଣ କର୍ତ୍ତୃପକ୍ଷ (ସିଡିଏସ୍‌ସିଓ) ଅଲଗା ଅଲଗା ଅନୁମୋଦନ ଦେଇଛନ୍ତି। ଦେଶରେ ଏହାର କମ୍ବିନେଶନକୁ ଅନୁମୋଦନ କରାଯାଇ ନାହିଁ। ଏଗୁଡ଼ିକ ଭାରତର ଏନ୍‌ଡିପିଏସ୍‌ ଔଷଧ ତାଲିକାରେ ମଧ୍ୟ ନାହିଁ। ତେବେ ଭାରତରୁ ପଶ୍ଚିମ ଆଫ୍ରିକୀୟ ଦେଶଗୁଡ଼ିକୁ ରପ୍ତାନି ହେଉଥିବା ଟାପେଣ୍ଟାଡୋଲ୍‌ ଏବଂ କାରିସୋପ୍ରୋଡୋଲ୍‌ର କମ୍ବିନେଶନରେ ଯଥେଷ୍ଟ ତ୍ରୁଟି ସମ୍ଭାବନା ଥିବା ଏକ ବିଦେଶୀ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଏହି ଔଷଧ ଲୋକଙ୍କ ଉପରେ କ୍ଷତିକାରକ ପ୍ରଭାବ ପକାଇବା ସମ୍ଭାବନା ଥିବାରୁ ସେଗୁଡ଼ିକୁ ତୁରନ୍ତ ପ୍ରତ୍ୟାହାର କରିଆଣିବା ପାଇଁ ଡିସିଜିଆଇ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri