Posted inଖେଳ

ଡି’କକ୍‌ ଦକ୍ଷିଣ ଆଫ୍ରିକା ଟେଷ୍ଟ ଅଧିନାୟକ

ଜୋହାନ୍ସବର୍ଗ, ୧୨ା୧୨ (ପି.ଟି.)- ଆଗାମୀ ଶ୍ରୀଲଙ୍କା ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଉଇକେଟକିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡି’କକ୍‌ଙ୍କୁ ଦକ୍ଷିଣ ଆଫ୍ରିକା ଟେଷ୍ଟ ଦଳର ଅଧିନାୟକ ଭାବେ ମନୋନୀତ କରାଯାଇଛି। ୧୬ ଜଣିଆ ଦଳରେ ୩ଜଣ ନୂଆ ଖେଳାଳି ଓପନର ସାରେଲ ଏରଓ୍ବି, ଉଇକେଟକିପର ବ୍ୟାଟ୍ସମ୍ୟାନ କାଇଲ୍‌ ଭେରିନେ ଏବଂ ମିଡିୟମ ପେସ୍‌ବୋଲର ଗ୍ଲେଣ୍ଟନ ଷ୍ଟୁର୍‌ମ୍ୟାନଙ୍କୁ ସ୍ଥାନ ମିଳିଛି। ସୀମିତ ଓଭର ଅଧିନାୟକ ଡି’କକ୍‌ଙ୍କୁ ୨୦୨୦-୨୧ ସିଜନ ପାଇଁ ସାମୟିକ ଭାବେ ଟେଷ୍ଟ ଦଳର ଅଧିନାୟକ କରାଯାଇଛି। ସ୍ଥାୟୀ ଅଧିନାୟକ ପରେ ଘୋଷଣା ଯିବ। ଡି’କକ୍‌ଙ୍କ ଅଧୀନରେ ଦକ୍ଷିଣ ଆଫ୍ରିକା ତିନୋଟି ସିରିଜ ଯଥାକ୍ରମେ ଶ୍ରୀଲଙ୍କା, ପାକିସ୍ତାନ ଓ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିବ ବୋଲି ଜାତୀୟ ସିଲେକ୍ସନ ପ୍ୟାନେଲ ମୁଖ୍ୟ ଭିକ୍ଟର ଏମ୍‌ପିଟ୍‌ସାଙ୍ଗ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନର ପ୍ରଦର୍ଶନକୁ ନେଇ ନକ୍‌ଭି ଅସନ୍ତୋଷ: ଦଳରୁ ବାଦ୍‌ ପଡିବେ ବାବର, ଶାହିନ

କରାଚୀ,୧୭ା୨- ଭାରତ ବିପକ୍ଷ ଟି୨୦ ବିଶ୍ୱକପ୍‌ର ମ୍ୟାଚ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ସିନିୟର ଖେଳାଳିଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରୁ ବାଦ୍‌ ଦିଆଯିବ। ଆସନ୍ତା ୧୮ ତାରିଖରେ…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri