ଡିସିଓମାନେ ନିଷ୍ଠାର ସହ କାର୍ଯ୍ୟ କରନ୍ତୁ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): କଳା, ସାହିତ୍ୟ ଓ ସଂସ୍କୃତିର ଉନ୍ନତି ଦିଗରେ ପ୍ରତି ଜିଲାସ୍ତରରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ଏହାର ପ୍ରଚାରପ୍ରସାର ସହ ବିଭିନ୍ନ କାର୍ଯ୍ୟକୁ ନିଷ୍ଠାର ସହ ସମ୍ପାଦନ କରିବାକୁ ରାଜ୍ୟର ସମସ୍ତ ଜିଲା ସଂସ୍କୃତି ଅଧିକାରୀ (ଡିସିଓ)ମାନଙ୍କୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପରାମର୍ଶ ଦେଇଛନ୍ତି। ଆଭାସି ମାଧ୍ୟମରେ ରାଜ୍ୟର ସମସ୍ତ ଜିଲା ସଂସ୍କୃତି ଅଧିକାରୀମାନଙ୍କ ସହିତ ଏକ ବୈଠକରେ ସାହୁ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହି ବୈଠକରେ କାର୍ଯ୍ୟକାରୀ ହେଉଥିବା ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଧାର୍ଯ୍ୟଲକ୍ଷ୍ୟ ରହିଥିବା ହିତାଧିକାରୀଙ୍କ ନାମ ଚଳିତ ମାସ ଶେଷ ସୁଦ୍ଧା ଶୀଘ୍ର ଚୟନ କରି ବିଭାଗକୁ ପ୍ରେରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ବିଭିନ୍ନ ଜିଲାରେ ହେଉଥିବା ଉତ୍ସବରେ ଜିଲା ସଂସ୍କୃତି ଅଧିକାରୀମାନେ ସାମିଲ ହେବା, ସ୍ଥାନୀୟ ଲୋକ କଳାକାରମାନଙ୍କୁ ଜିଲା ପ୍ରଶାସନର ସହଯୋଗରେ ରାଜ୍ୟ ସରକାରଙ୍କ ସୂଚନା, ଶିକ୍ଷା ଓ ଯୋଗାଯୋଗ (ଆଇଇସି) ବ୍ୟବସ୍ଥା ମାଧ୍ୟମରେ ସାମିଲ କରିବା ସହିତ ବିଭାଗରେ କାର୍ଯ୍ୟକାରୀ କରାଯାଇଥିବା କମ୍ପ୍ୟୁଟରୀକୃତ ସାଂସ୍କୃତିକ ଦଳ ପରିଚାଳନା ବ୍ୟବସ୍ଥା (ସିଟିଏମ୍‌ଏସ୍‌)କୁ କାର୍ଯ୍ୟକାରୀ କରିବାରେ ସଂସ୍କୃତି ଅଧିକାରୀମାନେ ଦାୟିତ୍ୱ ଏବଂ ନିଷ୍ଠାର ସହ କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ। ନୂଆ ସାଂସ୍କୃତିକ ଦଳଗୁଡ଼ିକର ପଞ୍ଜୀକରଣ ମାର୍ଚ୍ଚ ୧ରୁ ୩୧ ମଧ୍ୟରେ କରାଯିବ। ବିଭିନ୍ନ ଜିଲାରେ ନିର୍ମାଣାଧୀନ ସଂସ୍କୃତି ଭବନ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ସ୍ଥାପିତ ହେବାକୁ ଥିବା ମହାପୁରୁଷ ତଥା ବିଶିଷ୍ଟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଶୀଘ୍ର ସ୍ଥାନ ନିରୂପଣ କରାଯିବା, ଜିଲାଗୁଡିକରେ ଥିବା ବରପୁତ୍ରମାନଙ୍କର ଜୟନ୍ତୀ ବା ଶ୍ରାଦ୍ଧୋତ୍ସବରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା, ମନ୍ମଥ-ମନୋଜ (ବାଲେଶ୍ୱର ଜିଲା) ସ୍ମାରକୀ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ନିୟମିତ ବୈଠକ କରାଯିବା, ଐତିହ୍ୟ ଗ୍ରାମ ଭାବେ ବିକଶିତ କରାଯାଉଥିବା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋ ଗ୍ରାମ ପରିଦର୍ଶନ କରି ଏହାର ବିକାଶ କାର୍ଯ୍ୟକୁ ତଦାରଖ କରାଯିବାକୁ ଜିଲା ସଂସ୍କୃତି ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆହୁରି ମଧ୍ୟ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଓଡିଆ ଭାଷା, ସାହିତ୍ୟର ଜ୍ଞାନ ଆହରଣ ବୃଦ୍ଧି ଗୁରୁତ୍ୱ ଦୃଷ୍ଟିରୁ ଯୁକ୍ତ୨, ୯ମ ଓ ୧୦ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ସାହିତ୍ୟ ଚର୍ଚ୍ଚା କାର୍ଯ୍ୟକ୍ରମ (ସାହିତ୍ୟ ସଂପାନ) କରାଯିବା ନେଇ ବୈଠକରେ ଆଲୋଚନା ହୋଇଛି। ଆସନ୍ତା ଜାନୁୟାରୀରୁ ମାର୍ଚ୍ଚ ମଧ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସମ୍ପର୍କରେ ପଦକ୍ଷେପ ନିଆଯାଉଛି। ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସଙ୍କ ସମେତ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri