ଡିସିଓମାନେ ନିଷ୍ଠାର ସହ କାର୍ଯ୍ୟ କରନ୍ତୁ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): କଳା, ସାହିତ୍ୟ ଓ ସଂସ୍କୃତିର ଉନ୍ନତି ଦିଗରେ ପ୍ରତି ଜିଲାସ୍ତରରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ଏହାର ପ୍ରଚାରପ୍ରସାର ସହ ବିଭିନ୍ନ କାର୍ଯ୍ୟକୁ ନିଷ୍ଠାର ସହ ସମ୍ପାଦନ କରିବାକୁ ରାଜ୍ୟର ସମସ୍ତ ଜିଲା ସଂସ୍କୃତି ଅଧିକାରୀ (ଡିସିଓ)ମାନଙ୍କୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପରାମର୍ଶ ଦେଇଛନ୍ତି। ଆଭାସି ମାଧ୍ୟମରେ ରାଜ୍ୟର ସମସ୍ତ ଜିଲା ସଂସ୍କୃତି ଅଧିକାରୀମାନଙ୍କ ସହିତ ଏକ ବୈଠକରେ ସାହୁ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହି ବୈଠକରେ କାର୍ଯ୍ୟକାରୀ ହେଉଥିବା ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଧାର୍ଯ୍ୟଲକ୍ଷ୍ୟ ରହିଥିବା ହିତାଧିକାରୀଙ୍କ ନାମ ଚଳିତ ମାସ ଶେଷ ସୁଦ୍ଧା ଶୀଘ୍ର ଚୟନ କରି ବିଭାଗକୁ ପ୍ରେରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ବିଭିନ୍ନ ଜିଲାରେ ହେଉଥିବା ଉତ୍ସବରେ ଜିଲା ସଂସ୍କୃତି ଅଧିକାରୀମାନେ ସାମିଲ ହେବା, ସ୍ଥାନୀୟ ଲୋକ କଳାକାରମାନଙ୍କୁ ଜିଲା ପ୍ରଶାସନର ସହଯୋଗରେ ରାଜ୍ୟ ସରକାରଙ୍କ ସୂଚନା, ଶିକ୍ଷା ଓ ଯୋଗାଯୋଗ (ଆଇଇସି) ବ୍ୟବସ୍ଥା ମାଧ୍ୟମରେ ସାମିଲ କରିବା ସହିତ ବିଭାଗରେ କାର୍ଯ୍ୟକାରୀ କରାଯାଇଥିବା କମ୍ପ୍ୟୁଟରୀକୃତ ସାଂସ୍କୃତିକ ଦଳ ପରିଚାଳନା ବ୍ୟବସ୍ଥା (ସିଟିଏମ୍‌ଏସ୍‌)କୁ କାର୍ଯ୍ୟକାରୀ କରିବାରେ ସଂସ୍କୃତି ଅଧିକାରୀମାନେ ଦାୟିତ୍ୱ ଏବଂ ନିଷ୍ଠାର ସହ କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ। ନୂଆ ସାଂସ୍କୃତିକ ଦଳଗୁଡ଼ିକର ପଞ୍ଜୀକରଣ ମାର୍ଚ୍ଚ ୧ରୁ ୩୧ ମଧ୍ୟରେ କରାଯିବ। ବିଭିନ୍ନ ଜିଲାରେ ନିର୍ମାଣାଧୀନ ସଂସ୍କୃତି ଭବନ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ସ୍ଥାପିତ ହେବାକୁ ଥିବା ମହାପୁରୁଷ ତଥା ବିଶିଷ୍ଟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଶୀଘ୍ର ସ୍ଥାନ ନିରୂପଣ କରାଯିବା, ଜିଲାଗୁଡିକରେ ଥିବା ବରପୁତ୍ରମାନଙ୍କର ଜୟନ୍ତୀ ବା ଶ୍ରାଦ୍ଧୋତ୍ସବରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା, ମନ୍ମଥ-ମନୋଜ (ବାଲେଶ୍ୱର ଜିଲା) ସ୍ମାରକୀ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ନିୟମିତ ବୈଠକ କରାଯିବା, ଐତିହ୍ୟ ଗ୍ରାମ ଭାବେ ବିକଶିତ କରାଯାଉଥିବା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋ ଗ୍ରାମ ପରିଦର୍ଶନ କରି ଏହାର ବିକାଶ କାର୍ଯ୍ୟକୁ ତଦାରଖ କରାଯିବାକୁ ଜିଲା ସଂସ୍କୃତି ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆହୁରି ମଧ୍ୟ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଓଡିଆ ଭାଷା, ସାହିତ୍ୟର ଜ୍ଞାନ ଆହରଣ ବୃଦ୍ଧି ଗୁରୁତ୍ୱ ଦୃଷ୍ଟିରୁ ଯୁକ୍ତ୨, ୯ମ ଓ ୧୦ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ସାହିତ୍ୟ ଚର୍ଚ୍ଚା କାର୍ଯ୍ୟକ୍ରମ (ସାହିତ୍ୟ ସଂପାନ) କରାଯିବା ନେଇ ବୈଠକରେ ଆଲୋଚନା ହୋଇଛି। ଆସନ୍ତା ଜାନୁୟାରୀରୁ ମାର୍ଚ୍ଚ ମଧ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସମ୍ପର୍କରେ ପଦକ୍ଷେପ ନିଆଯାଉଛି। ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସଙ୍କ ସମେତ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri