ଲିଙ୍କ୍‌ରେ କ୍ଲିକ୍‌ ନ କରିବାକୁ ଡିସିପିଙ୍କ ପରାମର୍ଶ

ଭୁବନେଶ୍ୱର,୧୫ା୫ (ବ୍ୟୁରୋ): ନିଜର କଓ୍ବୋଇସି ଅପ୍‌ଡେଟ୍‌ କରିବା କିମ୍ବା ମାଗଣା ମୋବାଇଲ୍‌ ଡାଟା ମିଳିବାର ପ୍ରତିଶ୍ରୁତି ଦେଉଥିବା ବିଭ୍ରାନ୍ତକାରୀ ମେସେଜଗୁଡିକ ପ୍ରତି ସାବଧାନ ରୁହନ୍ତୁ। ଏଭଳି ମେସେଜ୍‌ରେ ଦିଆଯାଇଥିବା କୌଣସି ନମ୍ବର୍‌ରେ କଲ୍‌ କରନ୍ତୁ ନାହିଁ କିମ୍ବା କୌଣସି ଲିଙ୍କ୍‌ରେ କ୍ଲିକ୍‌ କରନ୍ତୁ ନାହିଁ। ଅଜଣା କିମ୍ବା ସନ୍ଦେହଜନକ ନମ୍ବର୍‌ରୁ ଆସୁଥିବା କଲ୍‌ରେ ନିଜର ବ୍ୟକ୍ତିଗତ ବିବରଣୀ ଦିଅନ୍ତୁ ନାହିଁ। ଯଦି ଆପଣ ଏପରି ଠକାମିର ଶିକାର ହୋଇଛନ୍ତି, ତୁରନ୍ତ ହେଲ୍ପ ଡେସ୍କ ନଂ.୭୪୪୦୦୦୬୭୦୯ ସହିତ ଯୋଗାଯୋଗ କରନ୍ତୁ ବୋଲି ଡିସିପି ଉମାଶଙ୍କର ଦାଶ ଟୁଇଟ୍‌ ମାଧ୍ୟମରେ ପରାମର୍ଶ ଦେଇଛନ୍ତି। ରାଜ୍ୟରେ ଏବେ ସାଇବର ଠକେଇ ର଼୍ୟାକେଟ ସକ୍ରିୟ ରହିଛି। ବିଭିନ୍ନ ଉପାୟରେ ଲୋକଙ୍କଠାରୁ କୋଟିକୋଟି ଟଙ୍କା ଲୁଟି ନେଉଛନ୍ତି। ଏହାକୁ ନେଇ ଗତ ୧୧ ତାରିଖରେ ‘ଧରିତ୍ରୀ’ରେ ‘ଲିଙ୍କ୍‌ରେ କ୍ଲିକ୍‌ କଲେ ଆକାଉଣ୍ଟ ହ୍ୟାକ, କରୋନା କାଳରେ ମାତିଛନ୍ତି ସାଇବର ହ୍ୟାକର’ ଶୀର୍ଷକ ଏକ ଖବର ପ୍ରକାଶ ପାଇଥିଲା। ପୂର୍ବରୁ ସାଇବର ଠକ ବିଭିନ୍ନ ଆଳରେ କଲ୍‌ କରି ଲୋକଙ୍କ ବ୍ୟାଙ୍କ ତଥ୍ୟ ନେଇ ଠକୁଥିବା ବେଳେ ଏବେ ସୋସିଆଲ୍‌ ମିଡିଆରେ ଲିଙ୍କ୍‌ ପଠାଇ ଜନସାଧାରଣଙ୍କୁ ଫସାଉଛନ୍ତି। ବିଶେଷକରି ଯୁବଗୋଷ୍ଠୀ ଏହାଦ୍ୱାରା ଅଧିକ ଶିକାର ହେଉଛନ୍ତି। ଏପରିକି ଓଡ଼ିଶାର ଜଣାଶୁଣା ଆଇଏଏସ୍‌, ଆଇପିଏସ୍‌ ଅଫିସର, ଡାକ୍ତର ଓ ଖବରଦାତା ମଧ୍ୟ ବିଭିନ୍ନ ସମୟରେ ଏଭଳି ଠକଙ୍କ ଶିକାର ହେଉଥିବାରୁ ଏହାକୁ ରୋକିବାରେ ଡିସିପିଙ୍କ ଟୁଇଟ୍‌ ବିଶେଷ ସହାୟକ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri