୧ ସୁଦ୍ଧା ଶେଷ କର ହୋଲି ଖେଳ: ଘରେ ଗାଧୋଇବାକୁ ଡିସିପିଙ୍କ ପରାମର୍ଶ

କଟକ,୧୪।୫: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଶନିବାର ହୋଲି। ଏଥିପାଇଁ ଗାଁରୁ ସହର ସବୁଠି ଉତ୍ସବର ପରିବେଶ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ସାଂସ୍କୃତିକ ସହର କଟକରେ ଦୋଳ ପୂର୍ଣ୍ଣିମାରେ ପରମ୍ପରା ଅନୁଯାୟୀ ଠାକୁର ବିମାନରେ ବସି ନଗର କୀର୍ତ୍ତନ କରିବା ସହ ସହର ପରିକ୍ରମା କରୁଛନ୍ତି। ଏନେଇ ଉତ୍ସବମୁଖର ହୋଇ ଉଠିଛି ଭାରଚାରାର ସହର କଟକ। ଉଡୁଛି ନାଲି ଗୋଲାପି ଅବିର। ଘଣ୍ଟ ଘଣ୍ଟାରେ କମ୍ପୁଛି ମେଳଣ ପଡ଼ିଆ।

ହୋଲି ପାଇଁ କଟକ ସହରରେ ୨୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ ବୋଲି ସୂଚନା ଦେଇଛନ୍ତି କଟକ ଡିସିପି ଋଷିକେଶ ଖିଲାରୀ। ଏପରିକି ମଦ ପିଇ ହୋଲି ଖେଳିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିସିପି କହିଛନ୍ତି। ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୧ଟା ମଧ୍ୟରେ ହୋଲି ଖେଳ ସାରିବାକୁ ଡିସିପି ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି।

ଏପରିକି ହୋଲିରେ ମଦ ଦୋକାନ ବନ୍ଦ ରହିବ ବୋଲି ଡିସିପି ସୂଚନା ଦେଇଛନ୍ତି। ଏପରିକି ବେଆଇନ ଭାବେ ମଦ ବିକିଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି। ନଦୀରେ ନ ଗାଧୋଇ ଘରେ ଗାଧୋଇବାକୁ ପରାମର୍ଶ ଦେଇଛନ୍ତି।

ଅନ୍ୟପକ୍ଷେ ହୋଲି ବେଳେ ସମ୍ଭାବ୍ୟ ଅଘଟଣକୁ ରୋକିବା ଲାଗି ଅଗ୍ନିଶମ ବାହିନୀ ପ୍ରସ୍ତୁତ ରହିଛନ୍ତି। ରାଜଧାନୀର ବିଭିନ୍ନ ଗାଧୁଆ ତୁଠ, ନଦୀ ଓ ନାଳରେ ଫାୟାର ଟିମ୍‌ ମୁତୟନ ରହିବେ ବୋଲି କମିଶନରେଟ ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri