Posted inଖେଳ

ଡିସିର ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ, ୨୩ ରନରେ ଜିତିଲା ଆରସିବି…

ବେଙ୍ଗାଲୁରୁ,୧୫।୪ : ଆଇପିଏଲ ସିରିଜ ୧୬ର ୨୦ତମ ମ୍ୟାଚ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ୨୩ ରନରେ ବିଜୟ ହାସଲ କରିଛି।

ବେଙ୍ଗାଲୁରୁର ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଡିସି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ ଅଧିନାୟକ ଡେଭିଡ ଓ୍ବାର୍ନରଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ ଆରସିବି ଟିମ ଅଧିନାୟକ ଫାଫ ଡୁପଲେସିସଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଥିଲା।

ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଡିସି ୨୦ ଓଭରରେ ୯ ଓ୍ବିକେଟ ହରାଇ ୧୫୧ ରନ କରିଥିଲା। ଡିସି ପକ୍ଷରୁ ଡେଭିଡ ଓ୍ବାର୍ଣ୍ଣର ୧୯ ରନ କରିଥିବାବେଳେ, ମନିଶ ପାଣ୍ଡେ ୫୦ , ଅକ୍ଷର ପଟେଲ ୨୧, ଅମନ ହକିମ ଖାଁ ୧୮, ଆନରିଚ ନୋର୍ଟେଜି ୨୩ ରନ କରିଥିଲେ।

ଧାର୍ଯ୍ୟ ୨୦ ଓଭରରେ ଆରସିବିି ୬ ଓ୍ବିକେଟ ହରାଇ ୧୭୪ ରନ କରିଥିଲା। ଫଳରେ ଡିସି ପାଇଁ ବିଜୟ ଲକ୍ଷ୍ୟ ୧୭୫ ରନ ରହିଥିଲା।
ଆରସିବି ପକ୍ଷରୁ ବିରାଟ କୋହଲି ୫୦ ରନ କରିଥିବାବେଳେ ଫାଫ ଡୁପଲେସିସ ୨୨, ମହିପାଲ ଲୋମୋର ୨୬, ଗ୍ଲେନ ମ୍ୟାକ୍ସଓ୍ବେଲ ୨୪, ଶେହବାଜ ଅହମ୍ମଦ ୨୦ , ଅନୁଜ ରାଉତ ୧୫ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri