Posted inଜାତୀୟ

ଦିଲ୍ଲୀ ମହିଳା ଆୟୋଗର ଅଧ୍ୟକ୍ଷାଙ୍କ ସହ ଅସଦାଚରଣ

ନୂଆଦିଲ୍ଲୀ,୧୯।୧: ଦିଲ୍ଲୀ ମହିଳା ଆୟୋଗର ଅଧ୍ୟକ୍ଷ ସ୍ବାତୀ ମାଲିୱାଲଙ୍କ ସହ ଏକ ଅଭାବନୀୟ ଘଟଣା ଘଟିଛି। ଅଭିଯୋଗ ହୋଇଛି ଯେ, ଦିଲ୍ଲୀର ଏମ୍ସର ଗେଟ ନମ୍ବର ୨ ସମ୍ମୁଖରେ ଜଣେ ନିଶାଶକ୍ତ କାର ଡ୍ରାଇଭର ସ୍ବାତିଙ୍କୁ ୧୦ ରୁ ୧୫ ମିଟର ପର୍ଯ୍ୟନ୍ତ ଟାଣି ନେଇଥିଲେ। ଏହି ପ୍ରସଙ୍ଗରେ ଦିଲ୍ଲୀ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଅଭିଯୁକ୍ତଙ୍କ ଗିରଫ କରିଛି।
ପୋଲିସ ନିଜେ ଏ ବିଷୟରେ ସୂଚନା ଦେଇ କହିଛି, ବୁଧବାର ବିଳମ୍ବିତ ରାତିରେ ଜଣେ କାର ଡ୍ରାଇଭର ସ୍ବାତୀଙ୍କୁ ୧୦-୧୫ ମିଟର ପର୍ଯ୍ୟନ୍ତ ଟାଣି ନେଇଥିଲେ। କାର ଡ୍ରାଇଭର ତାଙ୍କୁ କାରରେ ବସିବାକୁ କହିଥିଲେ। କିନ୍ତୁ ସେ ଏହାକୁ ବିରୋଧ କରିବାରୁ ନିଶାଶକ୍ତ ଡ୍ରାଇଭର ତାଙ୍କ ସହ ଏଭଳି କାଣ୍ଡ ଘଟାଇଥିଲେ।
ଏନେଇ ସ୍ବାତୀ ମାଲିଓ୍ବାଲ ଟୁଇଟ୍‌ ଯୋଗେ କହିଛନ୍ତି, ଗତକାଲି ବିଳମ୍ବିତ ରାତିରେ ମୁଁ ଦିଲ୍ଲୀରେ ମହିଳାଙ୍କ ସୁରକ୍ଷା ପରିସ୍ଥିତି ଯାଞ୍ଚ କରୁଥିଲି। ଜଣେ କାର ଡ୍ରାଇଭର ନିଶାଶକ୍ତ ଅବସ୍ଥାରେ ମୋ ସହ ଅସଦାଚରଣ କରିଥିଲେ। ମୁଁ ତାଙ୍କୁ ଧରିଥିଲି, ସେ କାରର ଝରକାରେ ମୋ ହାତ ଧରି ଟାଣି ନେଇଥିଲେ। ଭଗବାନ ମୋ ଜୀବନ ରକ୍ଷା କଲେ। ଯଦି ମହିଳା ଆୟୋଗର ଚେୟାରମ୍ୟାନ ଦିଲ୍ଲୀରେ ସୁରକ୍ଷିତ ନୁହଁନ୍ତି, ତେବେ ପରିସ୍ଥିତି କଳ୍ପନା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri