ଡି କକ୍‌ଙ୍କ ଅର୍ଦ୍ଧଶତକ; ପଞ୍ଜାବ ସାମ୍ନାରେ ୧୭୭ ରନ ଟାର୍ଗେଟ୍‌ ଧାର୍ଯ୍ୟ କଲା ମୁମ୍ବାଇ

ଦୁବାଇ, ୧୮।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣରେ ରବିବାର ଖେଳାଯାଇଥିବା ୨ୟ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା କିଙ୍ଗ୍ସ ଇଲେଭେନ ପଞ୍ଜାବ ସହ ହୋଇଛି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୭୬ ରନ୍‌ ସଂଗ୍ରହ କରିଛି। ଫଳରେ ପଞ୍ଜାବ ସାମ୍ନାରେ ୧୭୭ ରନ୍‌ ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ମୁମ୍ବାଇ ପକ୍ଷରୁ ଉଇକେଟ୍‌କିପର କ୍ୱିଣ୍ଟନ ଡି କକ୍‌ ୫୩ ରନର ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଅନ୍ୟମାନଙ୍କ ମଧ୍ୟରେ କ୍ରୁନାଲ ପାଣ୍ଡ୍ୟା ୩୪, କିରନ ପୋଲାର୍ଡ ୩୪* ଓ ନାଥନ କୁଲ୍ଟର-ନିଲ୍‌ ୨୪* ରନ କରିଥିଲେ। ଅଧିନାୟକ ରୋହିତ୍‌ ଶର୍ମା (୯)ଙ୍କ ସମେତ ସୂର୍ଯ୍ୟକୁମାର ଯାଦବ (୦), ଇଶାନ କିଶାନ (୭), ହାର୍ଦ୍ଦିକ ପାଣ୍ଡ୍ୟା (୮) ନିରାଶ କରିଥିଲେ। ସଫଳ ବୋଲର ଭାବେ ପଞ୍ଜାବ ପକ୍ଷରୁ ମହମ୍ମଦ ସାମି ଓ ଅର୍ସଦୀପ୍‌ ସିଂ ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri