ଡି ଭିଲର୍ସ, କୋହଲିଙ୍କ ବିସ୍ଫୋରକ ବ୍ୟାଟିଂ; ରୟାଲ୍ସକୁ ହରାଇଲା ରୟାଲ୍‌

ଦୁବାଇ, ୧୭।୧୦: ଚଳିତ ଆଇପିଏଲ୍‌ର ୩୩ତମ ତଥା ଶନିବାର ଖେଳାଯାଇଥିବା ପ୍ରଥମ ମୁକାବିଲାରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟ୍‌ରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ହରାଇ ଦେଇଛି। ସ୍ଥାନୀୟ ଦୁବାଇ ଇଣ୍ଟର ନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୭୭ ରନ କରିଛି। ଦଳ ପକ୍ଷରୁ ଅଧିନାୟକ ଷ୍ଟିଭ ସ୍ମିଥ୍‌ ସର୍ବାଧିକ ୫୭ ରନ (୩୬ ବଲ୍‌) କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରବିନ ଉଥପ୍ପା ୪୧, ବେନ୍‌ ଷ୍ଟୋକ୍ସ ୧୫, ଜୋଶ ବଟ୍‌ଲର ୨୪, ରାହୁଲ ତଓ୍ବୋତିଆ ୧୯* ରନ କରିଥିଲେ। ବାଙ୍ଗାଲୋର ପକ୍ଷରୁ କ୍ରିସ୍‌ ମୋରିସ ସଫଳ ବୋଲର ରହିଥିଲେ। ସେ ଏକାକୀ ୨୬ ରନ ବ୍ୟୟରେ ୪ ଉଇକେଟ୍‌ ହାସଲ କରିଥିଲେ। ସେହିଭଳି ୟୁଜବେନ୍ଦ୍ର ଚହଲଙ୍କୁ ୨ଟି ଉଇକେଟ୍‌ ମିଳିଥିଲା।
ବାଙ୍ଗାଲୋର ୧୯.୪ ଓଭରରେ ୩ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଦଳ ପକ୍ଷରୁ ଏବି ଡି ଭିଲର୍ସ ୨୨ ବଲରୁ ୫୫ ବିସ୍ଫୋରକ ଅପରାଜିତ ଅର୍ଦ୍ଧଶତକୀୟ ଇନିଂସ ଖେଳି ବିଜୟରେ ନାୟକ ସାଜିଥିଲେ। ସେ ଏହି ଇନିଂସ ମଧ୍ୟରେ ୬ ଛକା ମାରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧିନାୟକ କୋହଲି ୩୨ ବଲରୁ ୪୩, ଦେବୀଦତ୍ତ ପଡିକ୍କଲ ୩୫, ଆରୋନ୍‌ ଫିଞ୍ଚ ୧୪ ଓ ଗୁରକୀରଟ ସିଂ ମନ୍ନ ୧୯* ରନ କରିଥିଲେ। ୯ ମ୍ୟାଚ୍‌ରୁ ୬ଷ୍ଠ ବିଜୟ ସହ ବାଙ୍ଗାଲୋର ୧୨ ପଏଣ୍ଟ ପାଇ ଟେବୁଲ ତାଲିକାର ୩ୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri