ଡି ଭିଲର୍ସ, କୋହଲିଙ୍କ ବିସ୍ଫୋରକ ବ୍ୟାଟିଂ; ରୟାଲ୍ସକୁ ହରାଇଲା ରୟାଲ୍‌

ଦୁବାଇ, ୧୭।୧୦: ଚଳିତ ଆଇପିଏଲ୍‌ର ୩୩ତମ ତଥା ଶନିବାର ଖେଳାଯାଇଥିବା ପ୍ରଥମ ମୁକାବିଲାରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟ୍‌ରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ହରାଇ ଦେଇଛି। ସ୍ଥାନୀୟ ଦୁବାଇ ଇଣ୍ଟର ନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୭୭ ରନ କରିଛି। ଦଳ ପକ୍ଷରୁ ଅଧିନାୟକ ଷ୍ଟିଭ ସ୍ମିଥ୍‌ ସର୍ବାଧିକ ୫୭ ରନ (୩୬ ବଲ୍‌) କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରବିନ ଉଥପ୍ପା ୪୧, ବେନ୍‌ ଷ୍ଟୋକ୍ସ ୧୫, ଜୋଶ ବଟ୍‌ଲର ୨୪, ରାହୁଲ ତଓ୍ବୋତିଆ ୧୯* ରନ କରିଥିଲେ। ବାଙ୍ଗାଲୋର ପକ୍ଷରୁ କ୍ରିସ୍‌ ମୋରିସ ସଫଳ ବୋଲର ରହିଥିଲେ। ସେ ଏକାକୀ ୨୬ ରନ ବ୍ୟୟରେ ୪ ଉଇକେଟ୍‌ ହାସଲ କରିଥିଲେ। ସେହିଭଳି ୟୁଜବେନ୍ଦ୍ର ଚହଲଙ୍କୁ ୨ଟି ଉଇକେଟ୍‌ ମିଳିଥିଲା।
ବାଙ୍ଗାଲୋର ୧୯.୪ ଓଭରରେ ୩ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଦଳ ପକ୍ଷରୁ ଏବି ଡି ଭିଲର୍ସ ୨୨ ବଲରୁ ୫୫ ବିସ୍ଫୋରକ ଅପରାଜିତ ଅର୍ଦ୍ଧଶତକୀୟ ଇନିଂସ ଖେଳି ବିଜୟରେ ନାୟକ ସାଜିଥିଲେ। ସେ ଏହି ଇନିଂସ ମଧ୍ୟରେ ୬ ଛକା ମାରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧିନାୟକ କୋହଲି ୩୨ ବଲରୁ ୪୩, ଦେବୀଦତ୍ତ ପଡିକ୍କଲ ୩୫, ଆରୋନ୍‌ ଫିଞ୍ଚ ୧୪ ଓ ଗୁରକୀରଟ ସିଂ ମନ୍ନ ୧୯* ରନ କରିଥିଲେ। ୯ ମ୍ୟାଚ୍‌ରୁ ୬ଷ୍ଠ ବିଜୟ ସହ ବାଙ୍ଗାଲୋର ୧୨ ପଏଣ୍ଟ ପାଇ ଟେବୁଲ ତାଲିକାର ୩ୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri