Posted inଖେଳ

ଅବସରରୁ ଫେରିପାରନ୍ତି ଡି’ଭିଲର୍ସ

କେପ୍‌ଟାଉନ, ୧୭।୪-
ଦକ୍ଷିଣ ଆଫ୍ରିକାର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଏବି ଡି’ଭିଲର୍ସ ଅବସରରୁ ଫେରିପାରନ୍ତି। ଆସନ୍ତା ଟି୨୦ ବିଶ୍ୱକପରେ ତାଙ୍କୁ ପୁଣି ଦକ୍ଷିଣ ଆଫ୍ରିକା ଜର୍ସିରେ ଦେଖିବାକୁ ମିଳିପାରେ। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ଦକ୍ଷିଣ ଆଫ୍ରିକା କୋଚ୍‌ ମାର୍କ ବାଉଚର। ଡି’ଭିଲର୍ସ ଅନ୍ତର୍ଜାତୀୟ କ୍ରିକେଟରୁ ୩ ବର୍ଷ ହେଲା ଅବସର ନେଇଥିଲେ ହେଁ ଆସନ୍ତା ଅକ୍ଟୋବରରେ ଭାରତରେ ହେବାକୁ ଥିବା ବିଶ୍ୱକପ ପାଇଁ ସେ ଦଳକୁ ପ୍ରତ୍ୟାବର୍ତ୍ତନ କରିପାରନ୍ତି ବୋଲି ବାଉଚର ଅନୁଭବ କରୁଛନ୍ତି। ଇଣ୍ଡିଆନ ପ୍ରିମିୟର ଲିଗ୍‌ ୨୦୨୦ ଏବଂ ୨୦୨୧ ଆରମ୍ଭରେ ଡି’ଭିଲର୍ସ ଚମତ୍କାର ପ୍ରଦର୍ଶନ କରିଛନ୍ତି। କୋଭିଡ୍‌-୧୯ ମହାମାରୀ ପାଇଁ ତାଙ୍କ ପ୍ରତ୍ୟାବର୍ତ୍ତନ ସମ୍ପର୍କରେ ଅଧିକ ଆଲୋଚନା ହୋଇପାରି ନ ଥିଲେ ହେଁ ତାଙ୍କୁ ଦଳକୁ ଆଣିବାକୁ ଯୋଜନା ରହିଛି ବୋଲି ବାଉଚର ପ୍ରକାଶ କରିଛନ୍ତି। ଚଳିତ ଆଇପିଏଲ ପୂର୍ବରୁ ଡି’ଭିଲର୍ସଙ୍କ ସହ ବାଉଚର ଆଲୋଚନା କରିଛନ୍ତି। ଏହା ଫଳପ୍ରଦ ହୋଇଛି ବୋଲି ସେ କହିଛନ୍ତି। ଏବେ ଭାରତୀୟ ପରିବେଶରେ ଡି’ଭିଲର୍ସ ଆଇପିଏଲ ଖେଳୁଛନ୍ତି। ଆଇପିଏଲ ଖେଳାଯାଉଥିବା ଷ୍ଟାଡିୟମ ଗୁଡ଼ିକରେ ଟି୨୦ ବିଶ୍ୱକପ ଅନୁଷ୍ଠିତ ହେବ। ଚଳିତ ବର୍ଷ ଆରମ୍ଭରେ ଡି’ଭିଲର୍ସ ଭଲ ଟଚ୍‌ରେ ଥିବା ଜଣାଯାଇଛି। ସେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୨୭ ବଲ୍‌ରୁ ମ୍ୟାଚ ବିଜୟୀ ୪୮ ରନର ଇନିଂସ ଖେଳିଥିଲେ। ଫଳରେ ବିରାଟ କୋହଲିଙ୍କ ଦଳ ଚେପକ୍‌ରେ ଲଢ଼ୁଆ ବିଜୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri