ଆର୍‌ସିବି ସହ ଯୋଗଦେଲେ ଡିଭିଲର୍ସ, ଷ୍ଟେଇନ

ଦୁବାଇ, ୨୨।୮: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ସିଜନ-୧୩ରେ ଅଂଶଗ୍ରହଣ କରିବା ଲାଗି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଦଳ ୟୁଏଇରେ ପହଞ୍ଚି ସାରିଛି। ବାଙ୍ଗାଲୋର ଦଳର ଷ୍ଟାର୍‌ ଖେଳାଳି ତଥା ପୂର୍ବତନ ଦକ୍ଷିଣ ଆଫ୍ରିକା କ୍ରିକେଟର୍‌ ଏବି ଡି ଭିଲର୍ସ ବିଳମ୍ବରେ ଦୁବାଇରେ ଦଳ ସହ ଯୋଗଦେଇଛନ୍ତି। ଡି ଭିଲର୍ସଙ୍କ ବ୍ୟତୀତ ଦକ୍ଷିଣ ଆଫ୍ରିକାର ଆଉ ୨ଜଣ କ୍ରିକେଟର୍‌ ଡେଲ୍‌ ଷ୍ଟେଇନ୍‌ ଓ କ୍ରିସ୍‌ ମୋରିସ ମଧ୍ୟ କୋହଲିଙ୍କ ଟିମ୍‌ରେ ସାମିଲ ହୋଇଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ଆର୍‌ସିବି ଦଳ ଶୁକ୍ରବାର ଭାରତରୁ ଆସି ଦୁବାଇରେ ପହଞ୍ଚତ୍ଥିଲା। କିନ୍ତୁ ଦକ୍ଷିଣ ଆଫ୍ରିକାର ଏହି ୩ ଜଣ କ୍ରିକେଟର୍‌ ସ୍ବଦେଶରୁ ଆସି ଆର୍‌ସିବି ପରିବାର ସହ ଦୁବାଇରେ ଯୋଡ଼ି ହୋଇଛନ୍ତି। ଡି ଭିଲର୍ସ, ଷ୍ଟେଇନ୍‌ ଓ ମୋରିସଙ୍କ କରୋନା ଟେଷ୍ଟ କରାଯିବା ପରେ ସେମାନେ ସାଥୀ ଖେଳାଳିଙ୍କ ସହ ଏକାଠି ହେବାର ସୁଯୋଗ ପାଇବେ। ଦୁବାଇରେ ପହଞ୍ଚିବା ପରେ ଡି ଭିଲର୍ସ କହିଛନ୍ତି, ଏଠାକୁ ଆସି ବହୁତ ଉତ୍ସାହିତ ରହିଛି। ଯାତ୍ରା ସାମାନ୍ୟ ଅଲଗା ଥିଲା। କିନ୍ତୁ ସାଥୀ ଦକ୍ଷିଣ ଆଫ୍ରିକା ଖେଳାଳିଙ୍କ ସହ ଏଠାରେ ପହଞ୍ଚତ୍ବାପରେ ଆର୍‌ସିବି ପରିବାର ସହ ଯୋଡ଼ି ହୋଇ ଖୁସି ଅଛୁ। ଏବେ ଆମେ ଆମର କୋଭିଡ୍‌ ଟେଷ୍ଟକୁ ଅପେକ୍ଷା କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri