ଆଇପିଏଲ୍‌ ପୂର୍ବରୁ ୩ଥର କରୋନା ଟେଷ୍ଟ କଲେ ଡି ଭିଲର୍ସ

ଦୁବାଇ, ୩୧।୮: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ଆଇପିଏଲ୍‌ ଭାରତ ପରିବର୍ତ୍ତେ ୟୁଏଇରେ ଖେଳାଯିବ। ବିଶ୍ୱର ଅନ୍ୟତମ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଦକ୍ଷିଣ ଆଫ୍ରିକାର ଏବି ଡି ଭିଲର୍ସ ପୁଣିଥରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ପକ୍ଷରୁ ଖେଳୁଥିବାର ନଜରକୁ ଆସିବେ। କରୋନା ମହାମାରୀ ଲାଗି ୫ ମାସ ଧରି କ୍ରିକେଟ୍‌ରୁ ଦୂରେଇ ରହିବା ପରେ ୩୬ ବର୍ଷୀୟ ଡି ଭିଲର୍ସ ପୁଣିଥରେ ପଡ଼ିଆକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ବାଙ୍ଗାଲୋରର ଅଭ୍ୟାସ ସେସନରେ ଡି ଭିଲର୍ସ ନେଟ୍ସରେ ବ୍ୟାଟିଂ ଅଭ୍ୟାସ କରିଥିବା ଦେଖିବାକୁ ମିଳିଛି। କଠିନ ଉଇକେଟ୍‌ରେ ଅଭ୍ୟାସ କରିବା ଆହ୍ବାନପୂର୍ଣ୍ଣ ଥିଲା ବୋଲି ଡି ଭିଲର୍ସ ନେଟ୍ସ ପରେ କହିଛନ୍ତି। ବ୍ୟାଟିଂ ସମେତ ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ ମଧ୍ୟ କିଛି ସମୟ ଉଇକେଟ୍‌କିପିଂ ଉପରେ ଗୁରୁତ୍ୱ ଦେଇଥିଲେ। ଏଠାରେ ପ୍ରକାଶଯୋଗ୍ୟ, ୟୁଏଇରେ ପହଞ୍ଚିବା ପରେ ଡି ଭିଲର୍ସ ୬ ଦିନ କ୍ୱାରାଣ୍ଟାଇନରେ ରହିଥିଲେ। ଏହାରି ମଧ୍ୟରେ ତାଙ୍କର ୩ଥର କରୋନା ଟେଷ୍ଟ କରାଯାଇଥିଲା। ଯାହାର ରିପୋର୍ଟ ନେଗେଟିଭ ଆସିବା ପରେ ସେ ନେଟ୍ସକୁ ଓହ୍ଲାଇଥିଲେ। ଏହି ଅଭ୍ୟାସ ସେସନରେ ଡି ଭିଲର୍ସଙ୍କ ସମେତ ପାର୍ଥତ୍ବ ପଟେଲ, ଉମେଶ ଯାଦବ, ଗୁର୍‌କୀରଟ୍‌ ସିଂ ପ୍ରମୁଖ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri