Posted inଜାତୀୟ

ପ୍ରିୟାଙ୍କ ଅପ୍ରିୟ କାର୍ଯ୍ୟ,ଏମିତି କରିଦେଲେ ପରିବାର ଛାରଖାର

ଯୋଧପୁର,୧୦।୮: ରାଜସ୍ଥାନର ଯୋଧପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପାକିସ୍ତାନ ହିନ୍ଦୁ ଶରଣାର୍ଥୀ ପରିବାରର ୧୧ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟଣା ଏଠାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏବେ ଏହି ଘଟଣାର ଧୀରେ ଧୀରେ ପର୍ଦ୍ଦାଫାଶ ହୋଇଛି। ପ୍ରିୟା ନାମକ ୨୫ ବର୍ଷୀୟା ଯୁବତୀ ପରିବାରର ୧୧ ଜଣଙ୍କୁ ବିଷ ଇଞ୍ଜେକସନ୍‌ ଦେଇ ମାରିଦେଇଛନ୍ତି। ପୋଲିସ ମୃତଦେହ ନିକଟରୁ ବିଷ ବୋତଲ ଏବଂ ଇଞ୍ଜେକସନ ସିରିଞ୍ଜ ଜବତ କରିଛି। ସୂଚନାଯୋଗ୍ୟ, ମୃତକଙ୍କ ପରିବାର ସଦସ୍ୟ ରାମ ଏବଂ ତାଙ୍କ ଭାଇ ରବି ଗୋଟିଏ ପରିବାରରେ ବିବାହ କରିଥିଲେ। ରାମଙ୍କ ୪ ଭଉଣୀ ଥିଲେ। ଦୁଇ ଭଉଣୀ ରାମ ବିବାହ କରିଥିବା ପରିବାରରେ ବିବାହ କରିଥିଲେ। ଆଉ ଦୁଇ ଭଉଣୀ ଲକ୍ଷ୍ମୀ ଏବଂ ପ୍ରିୟା ପାକିସ୍ତାନରୁ ନର୍ସଂ କୋର୍ସ କରି ଫେରିଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଭଉଣୀଙ୍କ ଘର ପାଖରେ ବିବାହ କରି ରହୁଥିଲେ। ଏହି ସମୟରେ ଉଭୟ ପରିବାର ମଧ୍ୟରେ ଝଗଡା ଲାଗି ରହୁଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ପ୍ରିୟା ପରିବାର ସଦସ୍ୟଙ୍କୁ ପ୍ରଥମେ ନିଦ ବଟିକା ଦେଇ ଶୁଆଇଦେଇଥିଲେ ପରେ ବିଷ ଇଞ୍ଜେକସନ ଦେଇଥିଲେ। ୧୧ ଜଣ ସଦସ୍ୟଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ବିଲକୁ ଯାଇଥିବାରୁ ବର୍ତ୍ତି ଯାଇଥିଲେ। ସେ ବିଲରୁ ଫେରିବା ପରେ ଘର ଲୋକଙ୍କୁ ମୃତ ପଡିଥିବା ଦେଖି ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପାରିବାରିକ କଳହ, ତାନ୍ତ୍ରିକ ସନ୍ଦେହରେ ପରିବାର ଲୋକଙ୍କୁ ହତ୍ୟା କରାଯାଇଥିବା ପୋଲିସ ପ୍ରାରମ୍ଭିକ ତଦନ୍ତରୁ ଅନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri