ଜଙ୍ଗଲରୁ ମୃତଦେହ ମିଳିବା ଘଟଣା: ତ୍ରିକୋଣୀୟ ପ୍ରେମରୁ ହତ୍ୟା, ୫ ଗିରଫ

ଫୁଲବାଣୀ,୨୫ା୬(ରାକେଶ ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ପଞ୍ଚାୟତ କିଆ ମୁଣ୍ଡାଗାଁ ଜଙ୍ଗଲରୁ ଗତ ୧୩ ତାରିଖରେ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା ଭିନ୍ନମୋଡ଼ ନେଇଛି। ରବିବାର ପୋଲିସ ଏହି ଘଟଣାର ପର୍ଦ୍ଦାଫାଶ କରିଛି। ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ। ତ୍ରିକୋଣୀୟ ପ୍ରେମ କାହାଣୀକୁ ନେଇ ଏହି ହତ୍ୟାକାଣ୍ଡ ହୋଇଛି ବୋଲି ପୋଲିସ କହିଛି। ଏହି ଘଟଣାରେ ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଫିରିଙ୍ଗିଆ ଥାନା ଗୁଜାକ୍ରାଡୁ ଅଞ୍ଚଳର ସୋମନାଥ ଦିଗାଲ, ଚନ୍ଦ୍ରିକା ଦିଗାଲ,ଗୁଜାରା ଦିଗାଲ, କୋଟଗଡ଼ ଥାନା ପାରିଗଡ଼ର ଯତୀନ ବଡ଼ସେଠ ଏବଂ ବାଲିଗୁଡ଼ା ଥାନା ସରୁପଡ଼ା ଗାଁର ଅନନ୍ତ ମଲିକ।

ସୂଚନାଯୋଗ୍ୟ, ଚଳିତମାସ ୧୩ ତାରିଖରେ କିଛି ଲୋକେ କିଆମୁଣ୍ଡା ଜଙ୍ଗଲରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ପାଇଥିଲେ। ଘଟଣା ପ୍ରଚାର ହେବା ପରେ ଯୁବକ ଜଣକ ମାଲା ଗ୍ରାମର ରମେଶ ଦିଗାଲଙ୍କ ସାନ ପୁଅ ବସିଆ ବୋଲି ଜଣାପଡ଼ିଥିଲା। ଏନେଇ ବସିଆଙ୍କ ପିତା ଫିରିଙ୍ଗିଆ ଥାନାରେ ପୁଅକୁ ହତ୍ୟା କରାଯାଇଥିବା ନେଇ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଘଟଣାସ୍ଥଳକୁ ଯାଇ ମୃତଦେହ ଉଦ୍ଧାର କରିବା ସହ ଗୋଡ଼ରେ ଆଘାତ ଓ ବିଭିନ୍ନ ପାରିପାର୍ଶ୍ୱିକ ସ୍ଥିତିରୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରିଥିଲା l ୧୫ ଦିନ ପରେ ପୋଲିସ ତ୍ରିକୋଣୀୟ ପ୍ରେମ ଜନିତ କାରଣରୁ ହତ୍ୟା କରାଯାଇଥିବା ଜାଣିବାକୁ ପାଇଥିଲା। ହତ୍ୟାକାଣ୍ଡ ରେ ବ୍ୟବହୃତ ସାବଳ, କାଠ ଫାଳିଆ ଜବତ କରିବା ସହ ଯୁବକମାନଙ୍କୁ କାବୁ କରିଥିଲା। ବସିଆଙ୍କୁ ସାବଳ ଓ କାଠ ଫାଳିଆରେ ହତ୍ୟା କରି ଜଙ୍ଗଲରେ ଝୁଲାଇ ଦେଇଥିବା ହତ୍ୟାକାରୀମାନେ ସ୍ବୀକାର କରିଛନ୍ତି। ସମସ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ତପନ କୁମାର ନାହାକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri