ପୋଖରୀରୁ ମିଳିଲା ୩ ଅପରିପକ୍ୱ ଶିଶୁଙ୍କ ମୃତଦେହ

ଢେଙ୍କାନାଳ ଅଫିସ, ୧୭ା୯: ଢେଙ୍କାନାଳ ସଦର ଥାନା ଅଧୀନ ଇନ୍ଦିପୁରସ୍ଥିତ ନଟାପୋଖରୀରୁ ଶୁକ୍ରବାର ୩ ଅପରିପକ୍ୱ ନବଜାତକଙ୍କ ମୃତଦେହ ଠାବ କରାଯାଇଛି। କୌଣସି ଘରୋଇ କ୍ଲିନିକ୍‌ରେ ଗର୍ଭପାତ କରାଇବା ପରେ ଘଟଣାକୁ ଲୁଚାଇବା ନିମନ୍ତେ କେହି ମୃତଦେହ ଆଣି ପୋଖରୀରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଏଭଳି ଘଟଣା ଜିଲାରେ ପ୍ରଥମ ବୋଲି କୁହାଯାଉଛି। ନବଜାତକଙ୍କ ଲିଙ୍ଗ ପରୀକ୍ଷା ପାଇଁ କଟକ ଏସ୍‌ସିବି ଫରେନ୍‌ସିକ୍‌ ମେଡିସିନ୍‌ ଆଣ୍ଡ ଟକ୍ସିକୋଲୋଜି (ଏଫ୍‌ଏମ୍‌ଟି)କୁ ପଠାଯାଇଥିବାବେଳେ ପୋଲିସ ତନାଘନା ଆରମ୍ଭ କରିଛି।
ଗ୍ରାମବାସୀଙ୍କ କହିବା କଥା, ପ୍ରାତଃ ସମୟରେ କେତେଜଣ ବ୍ୟକ୍ତି ପୋଖରୀକୁ ଗାଧୋଇବାକୁ ଯାଇଥିବାବେଳେ ୩ ଅପରିପକ୍ୱ ନବଜାତକଙ୍କ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ଏହାକୁ ନେଇ ଅଞ୍ଚଳରେ ଭିନ୍ନମତ ପ୍ରକାଶ ପାଇଛି। ଲୋକଲଜ୍ଜାରେ କେହି ଜଣେ କୁଅଁାରୀ ମା’ ଗର୍ଭପାତ କରି ଭୂ୍ରଣ ଫିଙ୍ଗି ଦେଇଥିବା ଆଲୋଚନା ଜୋର୍‌ ଧରିଛି। ଅନ୍ୟ କେତେକଙ୍କ କହିବା କଥା, ହୁଏତ ଜଣେ ମହିଳା ଗର୍ଭପାତ କରିବା ପରେ ପୋଖରୀରେ ଭ୍ରୂଣଗୁଡ଼ିକୁ ଫିଙ୍ଗି ଦେଇଛନ୍ତି। ସର୍ବସାଧାରଣ ବ୍ୟବହାର କରୁଥିବା ପୋଖରୀରେ ମୃତ ଶରୀର ଫିଙ୍ଗାଯିବା ଘଟଣାକୁ ଗ୍ରାମର ପୁରୁଖା ଲୋକେ ସହଜରେ ଗ୍ରହଣ କରିପାରୁନାହାନ୍ତି। ଏଭଳି କାର୍ଯ୍ୟ କରିଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନେ ଦାବି କରିଛନ୍ତି।
ଏ ନେଇ ଇନ୍ଦିପୁର ସରପଞ୍ଚ ଲଳିତା ସାହୁ କୁହନ୍ତି, କୌଣସି ବେସରକାରୀ କ୍ଲିନିକ୍‌ରେ ଏଭଳି କାର୍ଯ୍ୟ କରାଯାଇଥିବା ସନ୍ଦେହ କରାଯାଉଛି। ଏଭଳି ଘଟଣା ଅତି ଘୃଣ୍ୟ ଓ ନିନ୍ଦନୀୟ। ପ୍ରଶାସନ ଘଟଣାର ତଦନ୍ତ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ବୋଲି ସେ ଦାବି କରିଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ କୁହନ୍ତି, ୩ ନବଜାତକଙ୍କ ମୃତଦେହ ପରୀକ୍ଷା ପାଇଁ କଟକ ଏସ୍‌ସିବି ଏଫ୍‌ଏମ୍‌ଟିକୁ ପଠାଯାଇଛି। ରିପୋର୍ଟ ଆସିବା ପରେ ଯାହା କିଛି ସ୍ପଷ୍ଟ ହେବ। ଘରୋଇ କ୍ଲିନିକ ଓ ନର୍ସିଂହୋମ୍‌ରେ ରୁଟିନ୍‌ ଚଢ଼ାଉ ଜାରି ରହିଛି। ସଦର ଏସ୍‌ଡିପିଓ ବିକାଶ ବେଉରା କୁହନ୍ତି, ମୃତକଙ୍କ ଡିଏନ୍‌ଏ ଟେଷ୍ଟ ହେବ। ରିପୋର୍ଟ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ। ଏ ସଂକ୍ରାନ୍ତରେ ନଂ. ୫୪/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri