ନିଖୋଜର ୫ ଦିନ ପରେ ପାହାଡ଼ରୁ ୩ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ

ବାଲେଶ୍ଵର ଅଫିସ (ମାନସ ବିଶ୍ୱାଳ)୪।୭: ବାଲେଶ୍ୱର ଜିଲା ଔପଦା ଥାନା ବଡ଼ପୋଖରୀ ପଞ୍ଚାୟତ ବଡ଼ପୋଖରୀ ରାଜସ୍ୱ ଗ୍ରାମର ଆଦିବାସୀ ବସ୍ତି ବରପଦା ଗ୍ରାମରେ ଚାରି ଦିନ ଧରି ନିଖୋଜ ଥିବା ୩ ଜଣ ଆଦିବାସୀଙ୍କର ମୃତ ଶରୀର ଗୁରୁବାର ବଡ଼ପୋଖରୀ ନିକଟସ୍ଥ ଜଙ୍ଗଲରୁ ମିଳିଛି । ନିଖୋଜ ଥିବା ସମ୍ପର୍କରେ ଔପଦା ଥାନାରେ ଗୁରୁବାର ପୂର୍ବାହ୍ନରେ ପରିବାର ପକ୍ଷରୁ ଅଭିଯୋଗ ହେବା ପରେ ଅପରାହ୍ନ ୩ଟା ସମୟରେ ବଡ଼ପୋଖରୀ ସ୍ଥିତ ଜଙ୍ଗଲରେ ନିଖୋଜ ୩ ଜଣଙ୍କ ପଡ଼ିଥିବା ନେଇ ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଛି। ଅଦ୍ୟାବଧି ଉଦ୍ଧାର ମୃତଦେହଗୁଡ଼ିକୁ କରାଯାଇ ନାହିଁ । ଉକ୍ତ ଅଞ୍ଚଳକୁ ପୋଲିସ ହେପାଜତରେ ରଖାଯାଇଥିବାର ଜଣାପଡ଼ିଛି।

ସୂଚନା ଯେ, ଗତ ୧ ତାରିଖରେ ବରପଦା ଗ୍ରାମର ସମ୍ବାରି ସିଂ, ଜାଲିଆ ସିଂ, ଦାମ୍ପା ସିଂ ଘରୁ ନିଖୋଜ ଥିଲେ । ସେମାନଙ୍କ ପରିବାର ଲୋକ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ନ ପାଇବାରୁ ଗୁରୁବାର ମୃତ ସମ୍ବାରି ସିଂଙ୍କ ପୁଅ ନିରଞ୍ଜନ ଔପଦା ଥାନାରେ ଅଭିଯୋଗ କରିଥିଲେ । ଔପଦା ଭଳି ଉପାନ୍ତ ଅଞ୍ଚଳରେ ଆଦିବାସୀ ବସ୍ତିରେ ଦୀର୍ଘ ଚାରି ଦିନ ଧରି ନିଖୋଜ ଥିବା ୩ ଜଣ ଆଦିବାସୀଙ୍କର ଗଳିତ ଶବ ଜଙ୍ଗଲରୁ ମିଳିବା ଔପଦା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ଏହା ହତ୍ୟା କି ଆତ୍ମହତ୍ୟା ଉଚ୍ଚସ୍ତରୀୟ ତଦନ୍ତ ହେବା ପାଇଁ ସାଧାରଣରେ ଦୃଢ଼ ଦାବି ହେଉଛି । ଖବର ଲେଖା ହେବା ପର୍ଯ୍ୟନ୍ତ ଜଙ୍ଗଲରେ ପଡ଼ିଥିବା ଶବ ଗୁଡିକ ଉଦ୍ଧାର କରାଯାଇ ପାରି ନଥିବା ଜଣାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri