ଗାଁକୁ ଫେରିଲା ଦୁଇ ଦାଦନ ଶ୍ରମିକଙ୍କ ମୃତଦେହ

ଗୋପାଳପୁର,୯ା୫(ନବୀନ ରାଜ ଆଚାରୀ): ତେଲଙ୍ଗାନା ରାଜ୍ୟର ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇ ଆକ୍ରମଣର ଶିକାର ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି l ଗୁରୁବାର ଉଭୟଙ୍କ ମୃତଦେହ ରଣ୍ଢା ସରପଞ୍ଚ ଅଜିତ ରାଉଳଙ୍କ ସହାୟତାରେ ଗ୍ରାମରେ ପହଞ୍ଚିଛି। ମୃତଦେହ ଗାଁରେ ପହଞ୍ଚିବା ପରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ମୃତକ ହେଲେ ସଗୋପାଳପୁର ନୂଆସାହି ବାସିନ୍ଦା କୃଷ୍ଣ ଚନ୍ଦ୍ର ପଣ୍ଡା(୩୮) ଏବଂ ରଣ୍ଢା ହରିଜନ ସାହିର ମିଟୁ ଦାସ(୪୦)।

ମିଳିଥିବା ସୂଚନା ମୁତାବକ, କୃଷ୍ଣ ଗତ ଜାନୁଆରୀ ମାସରେ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିଲେ। ସେଠାରେ ସେ ଏକ ହୋଟେଲରେ କାମ କରୁଥିଲେ । ମାର୍ଚ୍ଚରେ କୌଣସି କାମରେ ଗୋପାଳପୁର ଆସିଥିଲେ । ପରେ ଏପ୍ରିଲ ମାସରେ ପୁଣି ହାଇଦ୍ରାବାଦ ଯାଇଥିଲେ। ଗତ ମଙ୍ଗଳବାର ରାତିରେ ପରିବାର ଲୋକଙ୍କ ସହ ଫୋନରେ କଥା ହୋଇ ୧୦ ତାରିଖରେ ଗାଁକୁ ଆସିବେ ବୋଲି କହୁଥିଲେ। ସେତିକିବେଳେ କେହି ଜଣେ ତାଙ୍କ ମୋବାଇଲ ଫୋନକୁ ଛଡ଼ାଇ ନେଉଥିବା କହୁଥିବା ବେଳେ ପରିବାର ଲୋକେ ଶୁଣିଥିଲେ। କିଛି ସମୟ ପରେ ପରିବାର ଲୋକେ ବାରମ୍ବାର ଫୋନ କରିଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ।

ବୁଧବାର ସକାଳେ କୃଷ୍ଣଙ୍କ ମୃତଦେହ ହାଇଦ୍ରାବାଦ ପୋଲିସ ପାଇ ଗୋପାଳପୁର ପୋଲିସକୁ ଖବର ଦେଇଥିଲା l ସ୍ଥାନୀୟ ପୋଲିସ କୃଷ୍ଣଙ୍କ ମୃତଦେହ ଡ୍ରେନରେ ପଡ଼ିଥିବା ନେଇ ପରିବାରକୁ ଜଣାଇଥିଲେ। ପରିବାର ଲୋକେ ଖବର ପାଇବା ପରେ ସାନଭାଇ ଗୋପାଳ ହାଇଦ୍ରାବାଦରେ ରହୁଥିବା ସାଙ୍ଗମାନଙ୍କୁ ଯୋଗାଯୋଗ କରିଥିଲେ l ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରିଥିଲା। ଗୁରୁବାର ଅପରାହ୍ନରେ ମୃତଦେହ ଗୋପାଳପୁର ବାସଭବନରେ ପହଞ୍ଚିବା ପରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା।

ଏନେଇ ସାନଭାଇ ଗୋପାଳଙ୍କୁ ପଚାରିବାରୁ ଭାଇଙ୍କୁ ହତ୍ୟା କରି ଡ୍ରେନରେ ଫିଙ୍ଗି ଦିଆଯାଇଥିବା ଅଭିଯୋଗ କରିଛନ୍ତି। ସେହିପରି ମୃତ କୃଷ୍ଣଙ୍କ ସାଙ୍ଗ ଗୋଳନ୍ଥରା ଥାନା ଅଧୀନ ରଣ୍ଢା ଗ୍ରାମର ମିଟୁ ଦାସଙ୍କ ମୃତଦେହ ପୋଲିସ ଉଦ୍ଧାର କରି ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ଜଣାଇଥିଲା। ମିଟୁ ଦୀର୍ଘ ୨୦ ବର୍ଷ ଧରି ହାଇଦ୍ରାବାଦରେ ଏକ ହୋଟେଲରେ କାମ କରି ଆସୁଥିଲେ।

ଇତିମଧ୍ୟରେ ମିଟୁଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅ ଜେଜେମା’ ପାଖରେ ରହି ଆସୁଥିଲେ। ମୃତ୍ୟୁ ଖବର ପାଇବା ପରେ ପରିବାର ଲୋକେ ଭାଙ୍ଗି ପଡିଥିଲେ। ଏନେଇ ମୃତଦେହ ଆଣିବା ପାଇଁ ଉଭୟ ପରିବାର ସକ୍ଷମ ନ ଥିବା ବେଳେ ଏନେଇ ରଣ୍ଢା ସରପଞ୍ଚ ଅଜିତ ରାଉଳଙ୍କୁ ଜଣାଇଥିଲେ। ସରପଞ୍ଚ ଆମ୍ବୁଲାନ୍ସ ଯୋଗେ ଉଭୟଙ୍କ ମରଶରୀରକୁ ଗାଁକୁ ଆଣିବାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri