Posted inଜାତୀୟ

ଶବଗୃହରୁ ମିଳିଲା ୧୫ ମାସ ତଳର ମୃତଦେହ

ବେଙ୍ଗାଲୁରୁ,୨୯।୧୧: କର୍ନାଟକର ରାଜଧାନୀସ୍ଥିତ ଇଏସ୍‌ଆଇ ହସ୍ପିଟାଲର ଶବଗୃହରୁ ମିଳିଛି ୧୫ ମାସ ତଳର ଦୁଇଟି ମୃତଦେହ। କରୋନାରେ ଦୁହିଁଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଗତ ଶୁକ୍ରବାର ଶବଗୃହର ସଫେଇ ବେଳେ ଏଭଳି ଘଟଣା ସାମ୍ନାକୁ ଆସିଛି। କୋଭିଡ୍‌ ପ୍ରୋଟୋକଲ ଅନୁସାରେ ସେମାନଙ୍କ ଶବ ସତ୍କାର କରାଯାଇ ନ ଥିବାରୁ ହସ୍ପିଟାଲ କର୍ମଚାରୀ ଓ ଡାକ୍ତରଙ୍କୁ ଦାୟୀ କରିଛନ୍ତି ସ୍ଥାନୀୟ ଲୋକେ।

ରିପୋର୍ଟ ମୁତାବକ, ଜଣେ ମୃତକଙ୍କ ଶବଦାହ କରିବାକୁ ତାଙ୍କ ପରିବାରବର୍ଗ ଓ ସମ୍ପର୍କୀୟ ମନା କରି ଦେଇଥିବା ବେଳେ ଅନ୍ୟ ଏକ ମୃତକଙ୍କ ପରିବାରବର୍ଗଙ୍କୁ ପୋଲିସ ଖୋଜିବାରେ ସଫଳ ହୋଇ ନ ଥିଲା।

ମୃତଦେହରେ ଲାଗିଥିବା ଟ୍ୟାଗ ସାହାଯ୍ୟରେ ଦୁଇ ମୃତକଙ୍କ ପରିଚୟ ଜଣାପଡ଼ିଛି। ଦୁହେଁ ୨୦୨୦ ଜୁଲାଇରେ କୋଭିଡ୍‌ରେ ଆକ୍ରାନ୍ତ ହେବା ପରେ ଇଏସ୍‌ଆଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ଘଟିଥିଲା। ଫଳରେ ସେମାନଙ୍କ ମୃତଦେହକୁ ପୁରୁଣା ଶବଗୃହରେ ରଖାଯାଇଥିଲା। ସେଠାରୁ ଶବଦାହ ପାଇଁ ବୃହତ ବେଙ୍ଗାଲୁରୁ ମହାନଗର ପାଳିକା (ବିବିଏମ୍‌ପି)କୁ ଦିଆଯିବାର ଥିଲା। କିନ୍ତୁ ଗତବର୍ଷ କରୋନା ଜନିତ ମୃତକଙ୍କ ସଂଖ୍ୟା ବଢ଼ିବାରୁ ଡିସେମ୍ବରରେ ନିର୍ମାଣ କରାଯାଇଥିଲା ଏକ ନୂଆ ଶବଗୃହ। ଏହା କାର୍ଯ୍ୟକ୍ଷମ ହେବା ପରେ ପୁରୁଣା ଶବଗୃହରେ ରଖାଯାଇଥିବା ଦୁଇ ମୃତଦେହକୁ ଭୁଲି ଯାଇଥିଲେ ହସ୍ପିଟାଲ କର୍ମଚାରୀ।

ଗତ ୨୬ ତାରିଖରେ ପୁରୁଣା ଶବଗୃହର ସଫେଇ କରିବାକୁ ଯାଇଥିବା ହସ୍ପିଟାଲ କର୍ମଚାରୀଙ୍କୁ ଫ୍ରିଜରରୁ ଦୁଇ ମୃତହେଦ ମିଳିଥିଲା। ଘଟଣା ସାମ୍ନାକୁ ଆସିବା ପରେ ରାଜାଜିନଗର ବିଧାୟକ ସୁରେଶ କୁମାର ରାଜ୍ୟ ଶ୍ରମ ମନ୍ତ୍ରୀ ଶିବରାଜ ହେବଲଙ୍କୁ ଉଚ୍ଚ ସ୍ତରୀୟ ତଦନ୍ତ ଦାବିରେ ଚିଠି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri