କବରରୁ ବାହାରି ସାକ୍ଷୀ ଦେଲା ମୃତଦେହ

ପାଟନା, ୨୨।୭: କଥାରେ ଅଛି ସତ କେବେ ଲୁଚି ରହେନା। କରିଥିବା ଅପରାଧ ଦିନେ ନା ଦିନେ ପ୍ରକାଶିତ ହେବ ବୋଲି କେତେକ କହିଥାନ୍ତି। ଏହାର ସଦ୍ୟତମ ଉଦାହରଣ ବିହାରରେ ଘଟିଛି। ଏଠାରେ ହତ୍ୟା କରାଯାଇଥିବା ଜଣେ ବ୍ୟକ୍ତିଙ୍କ ମୃତଦେହ କବରରୁ ବାହାରି ସାକ୍ଷୀ ଦେଇଛି। ଫଳରେ ତାଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଏବେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି। ସ୍ଥାନୀୟ ବକ୍ସର ଜିଲାର ବକ୍ସର ନଗର ଥାନାର ସିଭିଲ୍‌ ଲାଇନ୍‌ ଅଞ୍ଚଳରେ ଏଭଳି ଘଟଣା ଘଟିଛି। ଏଠାରେ ବାସ କରୁଥିବା ରାମ ଧନୀ ରାମ ନାମକ ଜଣେ ବ୍ୟକ୍ତି ନିଖୋଜ ଥିଲେ। ଏନେଇ ଥାନାରେ ଏତଲା ମଧ୍ୟ ଦିଆଯାଇଥିଲା। ପୋଲିସ ଧନୀ ରାମଙ୍କୁ ଖୋଜିବା ଆରମ୍ଭ କରିଥିଲା। ଘର ଲୋକେ ମଧ୍ୟ ଖୋଜାଖୋଜି ଜାରି ରଖିଥିଲେ। ପରିବାର ସଦସ୍ୟ ଶେଷରେ ନିରାଶ ହୋଇ ସ୍ଥାନୀୟ କବରସ୍ତାନ ଅଞ୍ଚଳରେ ଖୋଜାଖୋଜି ଆରମ୍ଭ କରିଥିଲେ। ହଠାତ୍‌ ସେମାନଙ୍କର ଦୃଷ୍ଟି ଏକ କବରରୁ ବାହାରକୁ ବାହାରିଥିବା ପାଦ ଉପରେ ପଡ଼ିଥିଲା। ଏହା ଧନୀ ରାମଙ୍କର ପାଦ ବୋଲି ପରିବାର ସଦସ୍ୟ ଚିହ୍ନି ପାରିଥିଲେ। ସେମାନେ ଏନେଇ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ କବରସ୍ତାନରେ ପହଞ୍ଚି କବର ଖୋଳି ଧନୀ ରାମଙ୍କ ମୃତଦେହକୁ ବାହାର କରିଥିଲେ। ଜମି ବିବାଦକୁ ନେଇ ଧନୀ ରାମଙ୍କୁ ହତ୍ୟା କରାଯାଇଥିବା ପୋଲିସ କହିଛି। ଅପରାଧୀମାନେ ଧନୀ ରାମଙ୍କୁ ହତ୍ୟା କରିବା ପରେ ମୃତଦେହକୁ ପୋତି ଦେଇଥିଲେ। ତେବେ ଅସବଧାନତା ଯୋଗୁ ଧନୀ ରାମଙ୍କ ପାଦ ବାହାରକୁ ଦେଖାଯାଉଥିଲା। ଯଦି ପାଦ ବାହାରକୁ ଦେଖାଯାଇ ନ ଥାନ୍ତା ତେବେ ତାଙ୍କୁ ହତ୍ୟା କରାଯାଇ ଥିବା କେବେ ଜଣାପଡ଼ି ନ ଥାନ୍ତା। ଏବେ ଏହି ଘଟଣା ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri